ମିସ୍‌ ୟୁନିଭର୍ସ ଇଣ୍ଡିଆ ଟାଇଟଲ ଜିତିଲେ ରିୟା ସିଂଘା

ଜୟପୁର, ୨୪।୯: ଗୁଜରାଟୀ ମଡେଲ ରିୟା ସିଂଘା(୧୯) ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରିଛନ୍ତି। ରବିବାର ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ର ଗ୍ରାଣ୍ଡ ଫିନାଲେରେ ସେ ୫୧ ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ଏହି ସଫଳତା ହାସଲ କରିଛନ୍ତି। ପୂର୍ବତନ ମିସ୍‌ ୟୁନିଭର୍ସ ଇଣ୍ଡିଆ ତଥା ଅଭିନେତ୍ରୀ ଉର୍ବଶୀ ରୌତେଲା ରିୟାଙ୍କୁ ବିଜୟ ମୁକୁଟ ପିନ୍ଧାଇଛନ୍ତି। ଆସନ୍ତା ନଭେମ୍ବର ୧୬ରେ ମେକ୍ସିକୋ ରାଜଧାନୀ ମେକ୍ସିକୋ ସିଟିରେ ଆୟୋଜିତ ହେବାକୁ ଥିବା ମିସ୍‌ ୟୁନିଭର୍ସ ପ୍ରତିଯୋଗିତାରେ ରିୟା ଭାରତର ପ୍ରତିନିଧିତ୍ୱ କରିବେ। ରିୟା କହିଛନ୍ତି, ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରି ସେ ଗର୍ବ ଅନୁଭବ କରୁଛନ୍ତି। ଏଥିପାଇଁ ତାଙ୍କୁ ବହୁ ପରିଶ୍ରମ କରିବାକୁ ପଡ଼ିଛି। ପୂର୍ବ ବିଜେତାମାନଙ୍କଠାରୁ ସେ ଅନୁପ୍ରାଣିତ ହୋଇଥିଲେ ବୋଲି ରିୟା କହିଛନ୍ତି। ସଫଳତା ପାଇଁ ରିୟାଙ୍କୁ ସୋସିଆଲ ମିଡିଆରେ ବହୁ ସେଲିବ୍ରିଟି ଅଭିନନ୍ଦନ ଜଣାଇବା ସହ ‘ମିସ୍‌ ୟୁନିଭର୍ସ ୨୦୨୪’ ପ୍ରତିଯୋଗିତା ପାଇଁ ଶୁଭକାମନା ମଧ୍ୟ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri