ଆର୍‌ଆଇ, ଅମିନ ପରୀକ୍ଷା ଅନିୟମିତତା ଘଟଣା: ରିପୋର୍ଟ ମାଗିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର ଓ ଅମିନ ପରୀକ୍ଷାରେ ବ୍ୟାପକ ଅନିୟମିତତା ନେଇ ହେଉଥିବା ଅଭିଯୋଗକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଚାକିରି ଆଶାୟୀମାନେ ପରୀକ୍ଷା ବାତିଲ ଓ କାର୍ଯ୍ୟାନୁଷ୍ଠାନ ଦାବି କରି ଆସୁଥିଲେ ମଧ୍ୟ ସରକାରୀ ସ୍ତରରେ ନିଷ୍ପତ୍ତି ବିଳମ୍ବିତ ହେଉଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି। ଏପରିସ୍ଥିତିରେ ପରୀକ୍ଷା ଅନିୟମିତା ଅଭିଯୋଗ ନେଇ ଶନିବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମରେ ମୁହଁ ଖୋଲିଛନ୍ତି। ରାଜସ୍ବ ବିଭାଗକୁ ପରୀକ୍ଷାର ସମ୍ପୂର୍ଣ୍ଣ ରିପୋର୍ଟ ମାଗିବା ସହ ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି।
ମନ୍ତ୍ରୀ କହିଛନ୍ତି, ପରୀକ୍ଷା ସବୁବେଳେ ତ୍ରୁଟିଶୂନ୍ୟ ହେବା କଥା। ଉଚିତ ସ୍ଥାନରେ ପରୀକ୍ଷା ହେଉ ନ ଥିବା ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ପରୀକ୍ଷାରେ ଅବ୍ୟବସ୍ଥା ଅଭିଯୋଗ ମୋ ପାଖକୁ ଆସିଛି। ଆର୍‌ଆଇ ଓ ଅମିନ ପରୀକ୍ଷା ରାଜସ୍ବ ବିଭାଗ କରେନାହିଁ। ଏହି ପରୀକ୍ଷା ଓଏସ୍‌ଏସ୍‌ଏସି ଦ୍ବାରା ପରିଚାଳିତ ହୋଇଥାଏ। ଜଣେ ଥାର୍ଡ଼ ପାର୍ଟିକୁ ଷ୍ଟାଫ୍‌ସିଲେକ୍ସନ ବୋର୍ଡ ଆଉଟ୍‌ସୋର୍ସିଂ କରିଥିବା ଖବର ଆସୁଛି। ସେହି କମ୍ପାନିର କ୍ରେଡିବିଲିଟିକୁ ନେଇ ବି ପ୍ରଶ୍ନ ଉଠିଛି। ଏହାର ସମ୍ପୂର୍ଣ୍ଣ ରିପୋର୍ଟ ଦେବାକୁ ରାଜସ୍ବ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କରେ ଅବଗତ କରିଛି। ଯେଉଁ ଅଭିଯୋଗ ହସ୍ତଗତ ହୋଇଛି, ମୋତେ ଲାଗୁଛି, ପରୀକ୍ଷା ପାଇଁ ଏହା ଅନୁକୂଳ ପ୍ରକ୍ରିୟା ନୁହେଁ। ସରକାର ଏ ଦିଗରେ ଅନୁଧ୍ୟାନ କରିବେ ଏବଂ ବ୍ଲାକ୍‌ ଲିଷ୍ଟେଡ଼ ହୋଇଥିଲେ ଉକ୍ତ ସଂସ୍ଥାକୁ ପରୀକ୍ଷାରୁ ମୁକ୍ତ କରାଯିବ। ତ୍ରୁଟି ବିଚ୍ୟୁତି କେତେ ପରିମାଣର ହୋଇଛି, ଏହା ଫଳାଫଳକୁ କେତେ ପ୍ରଭାବ ପକାଇବ, ତାକୁ ଅନୁଧ୍ୟାନ କରି ସରକାର ନିଷ୍ପତ୍ତି ନେବେ। ଏହାର ସମାଧାନ ପାଇଁ ସମସ୍ତ ଦ୍ୱାର ଖୋଲା ଅଛି ବୋଲି ମନ୍ତ୍ରୀ କହିଛନ୍ତି।

ଆର୍‌ଆଇ, ଅମିନ ପରୀକ୍ଷାରେ ଅନିୟମିତତାକୁ ନେଇ ଗତ ୩ ତାରିଖରେ ଚାକିରି ଆଶାୟୀମାନେ ଭୁବନେଶ୍ୱରରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରାଉ କରିଥିବାବେଳେ କଟକରେ ଷ୍ଟୁଡେଣ୍ଟସ୍‌ ଏଗ୍‌ନେଷ୍ଟ କରପ୍‌ଶନ ଜିଲାପାଳଙ୍କ ଅଫିସ ଘେରାଇ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେଇଥିଲେ। ଶନିବାର ଏହି ଛାତ୍ର ସଙ୍ଗଠନ ବଡ଼ ଆନ୍ଦୋଳନର ଚେତାବନୀ ଦେଇଛି। ସଙ୍ଗଠନର ଆବାହକ ବିଭୂତି ଭୂଷଣ ମହାପାତ୍ର ଖବରଦାତା ସମ୍ମିଳନୀରେ କହିଛନ୍ତି, ରବିବାର ସା ୬ଟା ସୁଦ୍ଧା ସରକାର ପରୀକ୍ଷା ବାତିଲ କରିବା ସହ ଦାବି ପୂରଣ ନ କଲେ ୭ ତାରିଖ ସୋମବାର ସକାଳ ୯ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଆନ୍ଦୋଳନ ହେବ। ଓଡ଼ିଶାର ପ୍ରତ୍ୟେକ ଘରୁ ଜଣେ ଜଣେ ମେଧାବୀ ବାହାରି ଏଥିରେ ସାମିଲ ହେବେ। ଓଏସ୍‌ଏସ୍‌ଏସିର ଆର୍‌ଆଇ, ଅମିନ ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ନିଯୁକ୍ତି ଦୁର୍ନୀତିକୁ ସଂଗଠନ ପକ୍ଷରୁ ଦୃଢ ବିରୋଧ କରାଯାଉଛି। ପରୀକ୍ଷା ବାତିଲ, ପୁନର୍ବାର ସ୍ବଚ୍ଛତାର ସହିତ ପରୀକ୍ଷା ଓ ଦୁର୍ନୀତି ପଛରେ ଥିବା ଦଲାଲ ଓ ବଡ଼ବାବୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ସାରା ରାଜ୍ୟରେ ଛାତ୍ର ଆନ୍ଦୋଳନ ଚାଲିଛି। ସିଫି ଭଳି କଳା ତାଲିକାଭୁକ୍ତ ସଂସ୍ଥାକୁ କିପରି ପରୀକ୍ଷା ପରିଚାଳନା ଦାୟିତ୍ୱ ଦିଆଗଲା ଓ ସିଫି କିଭଳି ଅଯୋଗ୍ୟ ସେଣ୍ଟରମାନ ଚୟନ କଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଏପରିକି ପ୍ରଶ୍ନପତ୍ର ପ୍ରଘଟ ପରେ ମଧ୍ୟ ସମାନ ପ୍ରଶ୍ନପତ୍ରରେ ପରୀକ୍ଷା କରିବା ପୂରା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସବୁକୁ ପ୍ରସଙ୍ଗ କରି ରାଜ୍ୟର ବିଭିନ୍ନ ଜିଲାରୁ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରାଉ ପରେ ମଧ୍ୟ ସରକାର ନିରବ। ତେଣୁ ଏବେ ସରକାରଙ୍କୁ ଚରମବାଣୀ ଦେଉଛୁ ବୋଲି ଆବାହକ ମହାପାତ୍ର କହିଛନ୍ତି। ସମ୍ମିଳନୀରେ ସଙ୍ଗଠନର ସଦସ୍ୟ ସୁନୀଲ କୁମାର ମିଶ୍ର, ତୋଫାନ ପରିଡା, ପରମେଶ୍ୱର ବଳ ଓ ରାହୁଲ କୁମାର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?