ଲାଞ୍ଚ ନେଇ ଧରାପଡିଲେ ଆର୍‌ଆଇ-ଅମିନ

ସମ୍ବଲପୁର,୨୦।୮(ପ୍ରମୋଦ ବହିଦାର): ଏକ ଜମି ମାପ ଓ କାଗଜପତ୍ର ପ୍ରସ୍ତୁତ ପାଇଁ ହିତାଧିକାରୀଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେଶାଇବାହାଲ ମହିଳା ରାଜସ୍ବ ନୀରିକ୍ଷକ(ଆର୍‌ଆଇ) ଓ ଅମିନ। ସାଲୋହି ଗ୍ରାମର ଶିବ ଚରଣ କଉଡିଙ୍କୁ ତାଙ୍କ ଜମି ମାପିବା ସହ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ ପାଇଁ ରାଜସ୍ବ ନୀରିକ୍ଷକ(ଆର୍‌ଆଇ) ତୁଲସା ପ୍ରଧାନ ଓ ଅମିନ ମୁକେଶ ସାହୁ ତାଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ତେଣୁ ଶ୍ରୀ କଉଡି ପ୍ରଥମ ଦଫାରେ ୩ହଜାର ଟଙ୍କା ଦେଇଥିଲେ। ପରେ ଉଭୟେ ଅବଶିଷ୍ଟ ୭ ହଜାର ଟଙ୍କା ମାଗିବାରୁ ଅନ୍ୟ ଉପାୟ ନ ପାଇ ଶ୍ରୀ କଉଡି ଭିଜିଲାନ୍ସର ଦ୍ବାରସ୍ଥ ହୋଇ ସେମାନଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ।
ଏହାବାଦ ଉକ୍ତ ବ୍ୟକ୍ତି କେଶାଇବାହାଲ ଆରଆଇ ଶ୍ରୀମତି ପ୍ରଧାନଙ୍କୁ ତାଙ୍କ ଦାବି ଅନୁଯାୟୀ ଅବଶିଷ୍ଟ ୭ ହଜାର ଟଙ୍କା ଦେବାକୁ ତାଙ୍କ କାର୍ଯ୍ୟକାଳ ଆସିଥିଲେ। ତେବେ ଆରଆଇଙ୍କ ପରାମର୍ଶ କ୍ରମେ ଅମିନ ଶ୍ରୀ ସାହୁ ୭ ହଜାର ଟଙ୍କାକୁ ଗ୍ରହଣ କରିଥିଲେ। ଏହି ସମୟରେ ସେଠାରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ଓ କର୍ମଚାରୀମାନେ ଉଭୟ ଆରଆଇ ଓ ଅମିନଙ୍କୁ କାବୁ କରି ସେମାନଙ୍କଠାରୁ ଲାଞ୍ଚ ଟଙ୍କାକୁ ଜବତ କରିଛି। ଏହାବାଦ ଉଭୟଙ୍କୁ ଗିରଫ କରିବା ସହ ଆର୍‌ଆଇ ତୁଳସା ପ୍ରଧାନ, ଅମିନ ମୁକେଶ ସାହୁଙ୍କ ବାସଭବନ ସମେତ ୨ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। ଭିଜିଲାନ୍ସ ଦଳ ଉଭୟଙ୍କ ସମ୍ପତ୍ତିର ତଦନ୍ତ ମଧ୍ୟ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri