ଲାଞ୍ଚ ନେଇ ଧରାପଡିଲେ ଆର୍‌ଆଇ-ଅମିନ

ସମ୍ବଲପୁର,୨୦।୮(ପ୍ରମୋଦ ବହିଦାର): ଏକ ଜମି ମାପ ଓ କାଗଜପତ୍ର ପ୍ରସ୍ତୁତ ପାଇଁ ହିତାଧିକାରୀଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେଶାଇବାହାଲ ମହିଳା ରାଜସ୍ବ ନୀରିକ୍ଷକ(ଆର୍‌ଆଇ) ଓ ଅମିନ। ସାଲୋହି ଗ୍ରାମର ଶିବ ଚରଣ କଉଡିଙ୍କୁ ତାଙ୍କ ଜମି ମାପିବା ସହ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ ପାଇଁ ରାଜସ୍ବ ନୀରିକ୍ଷକ(ଆର୍‌ଆଇ) ତୁଲସା ପ୍ରଧାନ ଓ ଅମିନ ମୁକେଶ ସାହୁ ତାଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ତେଣୁ ଶ୍ରୀ କଉଡି ପ୍ରଥମ ଦଫାରେ ୩ହଜାର ଟଙ୍କା ଦେଇଥିଲେ। ପରେ ଉଭୟେ ଅବଶିଷ୍ଟ ୭ ହଜାର ଟଙ୍କା ମାଗିବାରୁ ଅନ୍ୟ ଉପାୟ ନ ପାଇ ଶ୍ରୀ କଉଡି ଭିଜିଲାନ୍ସର ଦ୍ବାରସ୍ଥ ହୋଇ ସେମାନଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ।
ଏହାବାଦ ଉକ୍ତ ବ୍ୟକ୍ତି କେଶାଇବାହାଲ ଆରଆଇ ଶ୍ରୀମତି ପ୍ରଧାନଙ୍କୁ ତାଙ୍କ ଦାବି ଅନୁଯାୟୀ ଅବଶିଷ୍ଟ ୭ ହଜାର ଟଙ୍କା ଦେବାକୁ ତାଙ୍କ କାର୍ଯ୍ୟକାଳ ଆସିଥିଲେ। ତେବେ ଆରଆଇଙ୍କ ପରାମର୍ଶ କ୍ରମେ ଅମିନ ଶ୍ରୀ ସାହୁ ୭ ହଜାର ଟଙ୍କାକୁ ଗ୍ରହଣ କରିଥିଲେ। ଏହି ସମୟରେ ସେଠାରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ଓ କର୍ମଚାରୀମାନେ ଉଭୟ ଆରଆଇ ଓ ଅମିନଙ୍କୁ କାବୁ କରି ସେମାନଙ୍କଠାରୁ ଲାଞ୍ଚ ଟଙ୍କାକୁ ଜବତ କରିଛି। ଏହାବାଦ ଉଭୟଙ୍କୁ ଗିରଫ କରିବା ସହ ଆର୍‌ଆଇ ତୁଳସା ପ୍ରଧାନ, ଅମିନ ମୁକେଶ ସାହୁଙ୍କ ବାସଭବନ ସମେତ ୨ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। ଭିଜିଲାନ୍ସ ଦଳ ଉଭୟଙ୍କ ସମ୍ପତ୍ତିର ତଦନ୍ତ ମଧ୍ୟ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri