ଆର୍‌ଆଇ,ଏଆର୍‌ଆଇ ପଡ଼ିଲେ ଭିଜିଲାନ୍ସ ଜାଲରେ

ଝାରସୁଗୁଡ଼ା ଅଫିସ,୧୩ା୧: ଉତ୍ତରାଧିକାରୀ (ଲିଗାଲ୍‌ହେୟାର) ସାର୍ଟିଫିକେଟ୍‌ କରାଇଦେବା ପାଇଁ ଝାରସୁଗୁଡା ଜିଲା ସାହରପୁର ଆର୍‌ଆଇ ଯସ୍ମିତା ଭରାସାଗର ଓ ଏଆର୍‌ଆଇ ଚଙ୍କିରାଣି ନାୟକ ଜଣେ ବ୍ୟକ୍ତିଙ୍କ ନିକଟରୁ ୭ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେମାନଙ୍କ ନିକଟରୁ ଭିଜିଲାନ୍ସ ବିଭାଗ ୧୪ଖଣ୍ଡ ୫ଶହ ଟଙ୍କିଆ ନୋଟ୍‌ ଜବତ କରିଛି। ଶୁକ୍ରବାର ଦୁଇ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଝାରସୁଗୁଡା ଡିଏସ୍‌ପି ପ୍ରଦୀପ କୁମାର ଆଇନ୍ଦ କହିଛନ୍ତି।

ଲଇକେରା ଥାନା ଅଇତାପଡା ଗ୍ରାମର ଶାନ୍ତନୁ ଷଣ୍ଢଙ୍କ ବାପା ମୃତ୍ୟୁବରଣ କରିଥିବା ବେଳେ ତାଙ୍କ ମା’ଙ୍କ ନାମରେ ଉତ୍ତରାଧିକାରୀ ସାର୍ଟିଫିକେଟ୍‌ ବାହାର କରିବା ପାଇଁ ସେ ଲଇକେରା ତହସିଲଦାରଙ୍କ ନିକଟରେ ଆବେଦନ କରିଥିଲେ। ଏହାର ତଦାରଖ ପାଇଁ ତହସିଲ ଅଫିସ୍‌ରୁ ଆର୍‌ଆଇ ଅଫିସ୍‌କୁ ଯାଇଥିବାବେଳେ ସେଠାରେ ଆର୍‌ଆଇ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୭ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଶାନ୍ତନୁ ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ରାଉରକେଲା ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଝାରସୁଗୁଡା ଡିଏସ୍‌ପି ପି.କେ. ଆଇନ୍ଦ, ସୁନ୍ଦରଗଡ ଡିଏସ୍‌ପି ସୁଧାଂଶୁ ଶେଖର ପୂଜାରୀ, ଦେବଗଡ ଡିଏସ୍‌ପି ଯୋଗେଶ ପ୍ରତାପ ପଟେଲଙ୍କୁ ନେଇ ଟିମ୍‌ ଗଠନ କରାଯାଇଥିଲା। ଝରିଆବାହାଲ ଛକ ନିକଟରେ ଶାନ୍ତନୁ ଛିଡାହୋଇଥିବା ବେଳେ ଏଆର୍‌ଆଇ ନାୟକ ଆସି ତାଙ୍କ ନିକଟରୁ ଲାଞ୍ଚ ଟଙ୍କା ଗ୍ରହଣ କରିଥିଲେ। ଏହି ସମୟରେ ପୂର୍ବରୁ ପ୍ରସ୍ତୁତ ରହିଥିବା ଭିଜିଲାନ୍ସ ଅଧିକାରୀ ଟଙ୍କା ସହ ତାଙ୍କୁ କାବୁ କରିଥିଲେ। ପରେ ଆର୍‌ଆଇ ଭରାସାଗରଙ୍କୁ ତାଙ୍କ କାର୍ଯ୍ୟାଳୟରୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri