ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି। ଜଣେ ଆବେଦନକାରୀଙ୍କ କୃଷି ଜମିକୁ ଘରବାରି ଜମିରେ ପରିବର୍ତ୍ତନ ସମ୍ପର୍କିତ ମାମଲାରେ ଫିଲ୍ଡ ତଦନ୍ତ ରିପୋର୍ଟ ଦାଖଲ ଓ ଫାଇଲ ଆଗକୁ ବଢ଼ାଇବା ପାଇଁ ସେ ୩,୦୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡ଼ିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

ଭିଜିଲାନ୍ସର ସୂଚନା ଅନୁଯାୟୀ, ଅଭିଯୋଗକାରୀ ଜଣକ ସରକାରୀ ନିୟମ ଅନୁସାରେ ୭ ସେପ୍ଟେମ୍ବର ୨୦୨୬ରେ ଅନଲାଇନ୍‌ରେ ଆବେଦନ କରିଥିଲେ। ତେବେ ବାରମ୍ବାର ଅନୁରୋଧ ସତ୍ତ୍ୱେ ଆର୍‌ଆଇ ଆବେଦନ ପ୍ରକ୍ରିୟା ଆଗକୁ ବଢ଼ାଉ ନ ଥିବା ଅଭିଯୋଗ ହୋଇଛି।

ଏହି କାମ କରିବା ସହ ଘରବାରି ଜମିର ରେକର୍ଡ ଅଫ ରାଇଟ୍ସ (ROR) ଜାରି ପ୍ରକ୍ରିୟା ପାଇଁ ସେ ୬,୦୦୦ ଟଙ୍କା ଦାବି କରିଥିବା ଅଭିଯୋଗକାରୀ ଭିଜିଲାନ୍ସକୁ ଜଣାଇଥିଲେ। ଅଭିଯୋଗକାରୀ ଏତେ ଟଙ୍କା ଦେବାକୁ ଅସମର୍ଥତା ପ୍ରକାଶ କରିବାରୁ ଲାଞ୍ଚ ରାଶି ୩,୦୦୦ ଟଙ୍କାକୁ କମାଇ ଦିଆଯାଇଥିବା ଅଭିଯୋଗ ହୋଇଛି।

ଲାଞ୍ଚ ଦାବିରେ ଅସନ୍ତୁଷ୍ଟ ହୋଇ ଆବେଦନକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଏହାପରେ ଆଜି ଭିଜିଲାନ୍ସ ଟିମ ଜାଲ ବିଛାଇ ଆର୍‌ଆଇ ଆଲାନ ବେହେରାଙ୍କୁ ଅଭିଯୋଗକାରୀଙ୍କଠାରୁ ୩,୦୦୦ ଟଙ୍କା ନେଉଥିବାବେଳେ ଧରିଥିବା ସୂଚନା ଦେଇଛି। ତାଙ୍କଠାରୁ ସମ୍ପୂର୍ଣ୍ଣ ଲାଞ୍ଚ ରାଶି ଜବତ କରାଯାଇଥିବା ମଧ୍ୟ କୁହାଯାଇଛି। ଟ୍ରାପ ପରେ ଆୟବର୍ହିଭୂତ ସମ୍ପତ୍ତି ସମ୍ପର୍କିତ ଦିଗରୁ ଆର୍‌ଆଇଙ୍କ ସହ ସମ୍ପୃକ୍ତ ଦୁଇଟି ସ୍ଥାନରେ ଏକକାଳୀନ ଯାଞ୍ଚ ଚାଲିଥିବା ଭିଜିଲାନ୍ସ ପକ୍ଷରୁ ଜଣାପଡ଼ିଛି।

ଏହି ଘଟଣାରେ ସମ୍ବଲପୁର ଭିଜିଲାନ୍ସ ଡିଭିଜନ ଥାନାରେ କେସ ନମ୍ବର ୧୯/୨୦୨୬, ଦୁର୍ନୀତି ନିବାରଣ ଆଇନର ସଂଶୋଧିତ ଧାରା ୭ ଅନୁଯାୟୀ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ଆର୍‌ଆଇଙ୍କ ବିରୋଧରେ ତଦନ୍ତ ଜାରି ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?