ପଥରମାଡ଼ରେ ଆର୍‌ଆଇ ଗୁରୁତର

ବାରିପଦା,୫।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶର ଖୁଣ୍ଟା ତହସିଲ ଅଧୀନ ସୁବର୍ଣ୍ଣମଞ୍ଜରୀ ଅଞ୍ଚଳରେ ପଥର ମାଫିଆଙ୍କ ପଥରମାଡ଼ରେ ଜନୈକ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ଗୁରୁତର ଆହତ ହୋଇଛନ୍ତି । ତାଙ୍କ ମୁଣ୍ଡ ଫାଟି ଗଭୀର ଆଘାତ ଲାଗିଛି। ଖବରପାଇ ବିଭାଗୀୟ କର୍ମଚାରୀ ପହଞ୍ଚି ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି ।

ସୂଚନାଯୋଗ୍ୟ, ଶନିବାର ଭୋର ୫ଟା ସମୟରେ ସୁବର୍ଣ୍ଣମଞ୍ଜରୀ ଅଞ୍ଚଳରେ ବେଆଇନ ପଥର କାରବାର ଚାଲିଥିବା ଖବର ପାଇ ବଡ଼ପଥରା ରାଜସ୍ବ ନିରୀକ୍ଷକ ଦୟାନିଧି ରାଉତ ଘଟଣାସ୍ଥଳକୁ ଯାଇଥିଲେ। ତେବେ ସପଞ୍ଚୁଆ ଫରେଷ୍ଟ ବିଟ୍‌ ନିକଟ ରାସ୍ତାରେ ତାଙ୍କୁ ଜଣେ ପଥରମାଫିଆ ଆକ୍ରମଣ କରିଥିଲେ। ଖବରପାଇ ଖୁଣ୍ଟା ତହସିଲଦାର ଅଙ୍କୁର ଅଭିଳାଷ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଖବର ପାଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ, ବେଆଇନ ପଥର କାରବାର ପାଇଁ ଅଞ୍ଚଳର ୬ଟି ପଞ୍ଚାୟତ ଅଧୀନ ପଥର ଖାଦାନରେ ଜୁଲାଇ ୧୭ ତାରିଖରେ ୧୪୪ ଧାରା ଜାରି ହୋଇଥିଲା। ତେବେ ସୁବର୍ଣ୍ଣମଞ୍ଜରୀ ଅଞ୍ଚଳରେ ଗତ ୧୮ତାରିଖରେ ବେଆଇନ ପଥର ବ୍ଲାଷ୍ଟିଂ ଅଭିଯୋଗରେ ରାଜସ୍ବ ବିଭାଗ ଘଟଣା ସ୍ଥଳରେ କୋଟିଏରୁ ଊଦ୍ଧର୍‌ବ ଟଙ୍କା ମୂଲ୍ୟର କମ୍ପ୍ରେସର ଓ ହିଟାଚି ମେଶିନ ଜବତ କରିଥିଲା। ପୁନର୍ବାର ପଥର କାରବାର ଖବର ପାଇ ଆାର୍‌ଆଇ ଘଟଣାସ୍ଥଳକୁ ଯାଇ ଆକ୍ରମଣର ଶିକାର ହୋଇଛନ୍ତି। ଜିଲା ରାଜସ୍ବ ନିରୀକ୍ଷକ ସଂଘ ଘଟଣାକୁ ନିନ୍ଦା କରିବା ସହିତ ଘଟଣାର ତଦନ୍ତ କରି ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri