ପଥରମାଡ଼ରେ ଆର୍‌ଆଇ ଗୁରୁତର

ବାରିପଦା,୫।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶର ଖୁଣ୍ଟା ତହସିଲ ଅଧୀନ ସୁବର୍ଣ୍ଣମଞ୍ଜରୀ ଅଞ୍ଚଳରେ ପଥର ମାଫିଆଙ୍କ ପଥରମାଡ଼ରେ ଜନୈକ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ଗୁରୁତର ଆହତ ହୋଇଛନ୍ତି । ତାଙ୍କ ମୁଣ୍ଡ ଫାଟି ଗଭୀର ଆଘାତ ଲାଗିଛି। ଖବରପାଇ ବିଭାଗୀୟ କର୍ମଚାରୀ ପହଞ୍ଚି ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି ।

ସୂଚନାଯୋଗ୍ୟ, ଶନିବାର ଭୋର ୫ଟା ସମୟରେ ସୁବର୍ଣ୍ଣମଞ୍ଜରୀ ଅଞ୍ଚଳରେ ବେଆଇନ ପଥର କାରବାର ଚାଲିଥିବା ଖବର ପାଇ ବଡ଼ପଥରା ରାଜସ୍ବ ନିରୀକ୍ଷକ ଦୟାନିଧି ରାଉତ ଘଟଣାସ୍ଥଳକୁ ଯାଇଥିଲେ। ତେବେ ସପଞ୍ଚୁଆ ଫରେଷ୍ଟ ବିଟ୍‌ ନିକଟ ରାସ୍ତାରେ ତାଙ୍କୁ ଜଣେ ପଥରମାଫିଆ ଆକ୍ରମଣ କରିଥିଲେ। ଖବରପାଇ ଖୁଣ୍ଟା ତହସିଲଦାର ଅଙ୍କୁର ଅଭିଳାଷ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଖବର ପାଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ, ବେଆଇନ ପଥର କାରବାର ପାଇଁ ଅଞ୍ଚଳର ୬ଟି ପଞ୍ଚାୟତ ଅଧୀନ ପଥର ଖାଦାନରେ ଜୁଲାଇ ୧୭ ତାରିଖରେ ୧୪୪ ଧାରା ଜାରି ହୋଇଥିଲା। ତେବେ ସୁବର୍ଣ୍ଣମଞ୍ଜରୀ ଅଞ୍ଚଳରେ ଗତ ୧୮ତାରିଖରେ ବେଆଇନ ପଥର ବ୍ଲାଷ୍ଟିଂ ଅଭିଯୋଗରେ ରାଜସ୍ବ ବିଭାଗ ଘଟଣା ସ୍ଥଳରେ କୋଟିଏରୁ ଊଦ୍ଧର୍‌ବ ଟଙ୍କା ମୂଲ୍ୟର କମ୍ପ୍ରେସର ଓ ହିଟାଚି ମେଶିନ ଜବତ କରିଥିଲା। ପୁନର୍ବାର ପଥର କାରବାର ଖବର ପାଇ ଆାର୍‌ଆଇ ଘଟଣାସ୍ଥଳକୁ ଯାଇ ଆକ୍ରମଣର ଶିକାର ହୋଇଛନ୍ତି। ଜିଲା ରାଜସ୍ବ ନିରୀକ୍ଷକ ସଂଘ ଘଟଣାକୁ ନିନ୍ଦା କରିବା ସହିତ ଘଟଣାର ତଦନ୍ତ କରି ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?