ଲାଞ୍ଚ ନେଇ ଜେଲ ଗଲେ ଆର୍‌ଆଇ

କୁଚିଣ୍ଡା,୧୭ା୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ତହସିଲ ଅଧୀନ ଗୋଛରା ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ସତ୍ୟନାରାୟଣ କଉଡି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସମ୍ବଲପୁର ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଥିଲେ। ଶୁକ୍ରବାର ଭିଜିଲାନ୍ସ ତାଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

ମିଳିଥିବା ସୂଚନା ମୁତାବକ, ଗୋଛରା ପଞ୍ଚାୟତ ଗୁରୁଆଁ ଗ୍ରାମର ଖତୁ କିଷାନ ନାମକ ବ୍ୟକ୍ତି ଜମି ପଟ୍ଟା ପାଇଁ କୁଚିଣ୍ଡା ତହସିଲରେ ଆବେଦନ କରିଥିଲେ। ଏହି ସମ୍ପର୍କରେ କୁଚିଣ୍ଡା ତହସିଲରେ ଏକ ମ୍ୟୁଟେଶନ ମାମଲା ରୁଜୁ ହୋଇଥିଲା। ରିପୋର୍ଟ ପ୍ରଦାନ କରିବାକୁ ତହସିଲ ପକ୍ଷରୁ ଗୋଛରା ଆର୍‌ଆଇଙ୍କୁ ନିର୍ଦ୍ଦେଶ ରହିଥିଲା। ମାତ୍ର ରିପୋର୍ଟ ଦେବା ପାଇଁ ଆର୍‌ଆଇ ଦରଖାସ୍ତକାରୀଙ୍କୁ ଟଙ୍କା ମାଗିଥିଲେ। ଏନେଇ ଖତୁ ସମ୍ବଲପୁର ଭିଜିଲାନ୍ସ ଏସ୍‌ପିଙ୍କଠାରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ଭିଜିଲାନ୍ସ ଡିଏସ୍‌ପି କବିତା ସାହୁଙ୍କ ନେତୃତ୍ୱରେ ଏକ ୫ଜଣିଆ ଟିମ୍‌ ଗୋଛରା ଆର୍‌ଆଇ ଅଫିସ ପାଖରେ ପୂର୍ବରୁ ଯୋଜନା ମୁତାବକ ଛକି ରହିଥିଲେ। ଆର୍‌ଆଇ ସତ୍ୟନାରାୟଣ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀ ଚଢାଉ କରି ରାସାୟନିକ ପ୍ରଲେପ ଦିଆ ଟଙ୍କା ଜବତ କରି ତାଙ୍କୁ ଗିରଫ କରିଥିଲେ। ପରେ କୁଚିଣ୍ଡା ମହୁଲଡିହିସ୍ଥିତ ତାଙ୍କ ଭଡା ଘରେ ମଧ୍ୟ ଭିଜିଲାନ୍ସ ଟିମ୍‌ ଯାଞ୍ଚ କରିଛି। ଏ ନେଇ ଭିଜିଲାନ୍ସ ବିଭାଗରେ କେସ୍‌ ନଂ.୫/୨୩ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri