ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ ’ଧର୍ମ ପରିବର୍ତ୍ତନ’ ରିପୋର୍ଟ ଦେଇଥିବା କାରଣରୁ ନନ୍ଦପୁର ରାଜସ୍ବ ନିରୀକ୍ଷକ (RI) ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ସହ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

ସୂଚନା ଅନୁଯାୟୀ, ଖିଲୁଆ ଗ୍ରାମର ଲଇଛନ ଖେମୁଣ୍ଡୁ ନିଜ ପୁଅ ପାଇଁ ଅନୁସୂଚିତ ଜାତି (SC) ପ୍ରମାଣପତ୍ର ପାଇଁ ଅନଲାଇନରେ ଆବେଦନ କରିଥିଲେ। ରାଜସ୍ବ ନିରୀକ୍ଷକ ମଧୁସୁଦନ ଏହାର ତଦନ୍ତ କରିବା ସମୟରେ ଜାଣିବାକୁ ପାଇଥିଲେ ଯେ, ସମ୍ପୃକ୍ତ ପରିବାର ଖ୍ରୀଷ୍ଟ ଧର୍ମ ଗ୍ରହଣ କରିଛନ୍ତି। ଏହି ଆଧାରରେ ସେ ତଦନ୍ତ ରିପୋର୍ଟରେ ’ଧର୍ମାନ୍ତରିତ’ ବୋଲି ଉଲ୍ଲେଖ କରିଥିଲେ, ଯାହାଫଳରେ ତହସିଲ ପକ୍ଷରୁ ଆବେଦନଟି ନାକଚ ହୋଇଯାଇଥିଲା।

ରିପୋର୍ଟ ଯୋଗୁଆବେଦନ ନାକଚ ହେବା ଖବର ପାଇ ଲଇଛନ ଓ ତାଙ୍କ ପିତା ବଲୁ ଖେମୁଣ୍ଡୁ ଉତକ୍ଷିପ୍ତ ହୋଇ RI ଅଫିସରେ ପହଞ୍ଚିଥିଲେ। ସେଠାରେ ସେମାନେ ରାଜସ୍ବ ନିରୀକ୍ଷକଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲୋଜ କରିବା ସହ ସରକାରୀ କାଗଜପତ୍ର ଫିଙ୍ଗାଫୋପଡ଼ା କରିଥିଲେ। ପରେ RI ବସଷ୍ଟାଣ୍ଡକୁ ଆସିଥିବା ବେଳେ ସେଠାରେ ତାଙ୍କୁ ସର୍ବସମ୍ମୁଖରେ ମାଡ଼ ମରାଯାଇଥିବା ଏତଲାରେ ଦର୍ଶାଯାଇଛି।

ଘଟଣା ପରେ ନନ୍ଦପୁର ତହସିଲଦାର ଦେବବ୍ରତ ମହାରଣା ଓ ଜିଲ୍ଲା ରାଜସ୍ବ ନିରୀକ୍ଷକ ସଂଘର କର୍ମକର୍ତ୍ତାମାନେ ଥାନାରେ ପହଞ୍ଚି ଏହାର କଠୋର ନିନ୍ଦା କରିଛନ୍ତି। ପୋଲିସ ଏହି ମାମଲାରେ ଲଇଛନଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ବସଷ୍ଟାଣ୍ଡ ଅଞ୍ଚଳର CCTV ଫୁଟେଜ ସଂଗ୍ରହ କରାଯାଇଛି ଏବଂ ଘଟଣାର ତଦନ୍ତ ଜାରି ରହିଛି ବୋଲି ଥାନାଧିକାରୀ ତ୍ରିନାଥ ତୋଟା ପାଡ଼ିଆ ସୂଚନା ଦେଇଛନ୍ତି। ରାଜସ୍ବ କର୍ମଚାରୀ ସଂଘ ପକ୍ଷରୁ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri