ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର ସୁରକ୍ଷା ବ୍ୟବସ୍ଥା ପ୍ରଭାବିତ ହୋଇଥିବା ସହ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚିନ୍ତା ପ୍ରକାଶ ପାଇଛି। ଲୋକଙ୍କ କହିବା ଅନୁସାରେ, ପାଚେରି ଦୀର୍ଘଦିନ ଧରି ଦୁର୍ବଳ ଅବସ୍ଥାରେ ଥିଲା। ବର୍ଷା ଯୋଗୁ ମାଟି ଧସିବା ଏବଂ ପାଚେରିର ଭିତ୍ତି ଦୁର୍ବଳ ହୋଇଯିବାରୁ ଏହା ଭାଙ୍ଗିପଡ଼ିଥିବା ସନ୍ଦେହ କରାଯାଉଛି।

ପାଚେରି ଭାଙ୍ଗିଯିବା ଫଳରେ କାର୍ଯ୍ୟାଳୟ ପରିସରରେ ଅବାଧ ପ୍ରବେଶର ଆଶଙ୍କା ସୃଷ୍ଟି ହୋଇଛି। ସେହିଭଳି ଏହି କାର୍ଯ୍ୟାଳୟର ଅନ୍ୟ ପାର୍ଶ୍ୱରେ ଥିବା ପାଚେରିଗୁଡ଼ିକ ମଧ୍ୟ ଭଗ୍ନ ଅବସ୍ଥାରେ ଥିବାବେଳେ କାର୍ଯ୍ୟାଳୟକୁ ଯିବା ପାଇଁ ସ୍ଥାୟୀ ରାସ୍ତାଟି ମଧ୍ୟ ନାହିଁ। ଏନେଇ ତହସିଲଦାର ଅରୁଣ କୁମାର ବାର୍ଗେଙ୍କୁ ପଚାରିବାରୁ ପାଚେରି ନିର୍ମାଣ ଓ ରାସ୍ତା ନିର୍ମାଣ ପାଇଁ ଆର୍‌ଡି ବିଭାଗକୁ ଚିଠି କରାଯିବ ବୋଲି କହିଛନ୍ତି। ସରକାରୀ ସମ୍ପତ୍ତିର ସୁରକ୍ଷା ଦୃଷ୍ଟିରୁ ତୁରନ୍ତ ପାଚେରିର ପୁନଃନିର୍ମାଣ ପାଇଁ ସ୍ଥାନୀୟ ଲୋକ ପ୍ରଶାସନର ହସ୍ତକ୍ଷେପ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri