ଆର୍‌ଆଇ, ପୋଲିସ ୪ଘଣ୍ଟା ଅଟକ

ଚାନ୍ଦବାଲି, ୧।୧(ଡି.ଏନ.ଏ.): ଭଦ୍ରକ ଜିଲା ବଁାଶଡ଼ା ଥାନା ଅଧୀନ ଯଶିପୁର ପଞ୍ଚାୟତ ବାରାକୋହ୍ଲା ଗ୍ରାମବାସୀ ଶନିବାର ଅପରାହ୍ନରେ ୧୪୪ ଜାରିକୁ ବିରୋଧ କରି ପୋଲିସ କର୍ମଚାରୀ ଓ ସ୍ଥାନୀୟ ମହିଳା ଆର୍‌ଆଇଙ୍କୁ ଅଟକ ରଖିଥିଲେ। ୪ ଘଣ୍ଟା ଅଟକ ରଖିବା ପରେ ସେମାନେ ଛାଡ଼ିଥିଲେ।
ଅନୁଯାୟୀ, ବାରାକୋହ୍ଲାଠାରେ କୀର୍ତ୍ତନ ଗାଦିକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗି ରହିଥିଲା। ବଁାଶଡ଼ା ଥାନାଧିକାରୀ ମହମ୍ମଦ ହାଫିଜଙ୍କ ସମେତ ୭ ପୋଲିସ କର୍ମଚାରୀ ଓ ଯଶିପୁର ଆର୍‌ଆଇ ଉକ୍ତ ଗଁାକୁ ଆସି ସେହି ସ୍ଥାନରେ ନାଲି ପତାକା ମାରି ୧୪୪ ଧାରା ଜାରି କରିଥିଲେ। ଏହାକୁ ବିରୋଧ କରି ଗ୍ରାମବାସୀ ପୋଲିସ ଗାଡ଼ିକୁ ଅଟକାଇଥିଲେ। କୌଣସି ସୂଚନା ନ ଦେଇ ୧୪୪ ଜାରିକୁ ବିରୋଧ କରି ଗଁାର ମହିଳାମାନେ ପୋଲିସ ଗାଡ଼ି ଆଗରେ ଧାରଣାରେ ବସି ରହିଥିଲେ। ଆସନ୍ତା ୫ ତାରିଖରେ ଏହି ଗାଦି ପାଖରେ ନବରାତ୍ର କୀର୍ତ୍ତନ ହେବାକୁ ଥିବାବେଳେ ନାଲି ପତାକା ମରାଯିବାକୁ ସେମାନେ ବିରୋଧ କରିଛନ୍ତି। ଆସନ୍ତା ୨ ତାରିଖରେ ସେମାନଙ୍କ ସହ ଆଲୋଚନା କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଗ୍ରାମବାସୀ ଧାରଣାରୁ ଉଠି ପୋଲିସ ଗାଡ଼ିକୁ ଛାଡ଼ିଥିଲେ। ଏ ସମ୍ପର୍କରେ ପୋଲିସ ଓ ରାଜସ୍ବ ନିରୀକ୍ଷକଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri