ଆର୍‌ଆଇ, ପୋଲିସ ୪ଘଣ୍ଟା ଅଟକ

ଚାନ୍ଦବାଲି, ୧।୧(ଡି.ଏନ.ଏ.): ଭଦ୍ରକ ଜିଲା ବଁାଶଡ଼ା ଥାନା ଅଧୀନ ଯଶିପୁର ପଞ୍ଚାୟତ ବାରାକୋହ୍ଲା ଗ୍ରାମବାସୀ ଶନିବାର ଅପରାହ୍ନରେ ୧୪୪ ଜାରିକୁ ବିରୋଧ କରି ପୋଲିସ କର୍ମଚାରୀ ଓ ସ୍ଥାନୀୟ ମହିଳା ଆର୍‌ଆଇଙ୍କୁ ଅଟକ ରଖିଥିଲେ। ୪ ଘଣ୍ଟା ଅଟକ ରଖିବା ପରେ ସେମାନେ ଛାଡ଼ିଥିଲେ।
ଅନୁଯାୟୀ, ବାରାକୋହ୍ଲାଠାରେ କୀର୍ତ୍ତନ ଗାଦିକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗି ରହିଥିଲା। ବଁାଶଡ଼ା ଥାନାଧିକାରୀ ମହମ୍ମଦ ହାଫିଜଙ୍କ ସମେତ ୭ ପୋଲିସ କର୍ମଚାରୀ ଓ ଯଶିପୁର ଆର୍‌ଆଇ ଉକ୍ତ ଗଁାକୁ ଆସି ସେହି ସ୍ଥାନରେ ନାଲି ପତାକା ମାରି ୧୪୪ ଧାରା ଜାରି କରିଥିଲେ। ଏହାକୁ ବିରୋଧ କରି ଗ୍ରାମବାସୀ ପୋଲିସ ଗାଡ଼ିକୁ ଅଟକାଇଥିଲେ। କୌଣସି ସୂଚନା ନ ଦେଇ ୧୪୪ ଜାରିକୁ ବିରୋଧ କରି ଗଁାର ମହିଳାମାନେ ପୋଲିସ ଗାଡ଼ି ଆଗରେ ଧାରଣାରେ ବସି ରହିଥିଲେ। ଆସନ୍ତା ୫ ତାରିଖରେ ଏହି ଗାଦି ପାଖରେ ନବରାତ୍ର କୀର୍ତ୍ତନ ହେବାକୁ ଥିବାବେଳେ ନାଲି ପତାକା ମରାଯିବାକୁ ସେମାନେ ବିରୋଧ କରିଛନ୍ତି। ଆସନ୍ତା ୨ ତାରିଖରେ ସେମାନଙ୍କ ସହ ଆଲୋଚନା କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଗ୍ରାମବାସୀ ଧାରଣାରୁ ଉଠି ପୋଲିସ ଗାଡ଼ିକୁ ଛାଡ଼ିଥିଲେ। ଏ ସମ୍ପର୍କରେ ପୋଲିସ ଓ ରାଜସ୍ବ ନିରୀକ୍ଷକଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri