୭ ହଜାର ଲାଞ୍ଚ ପାଇଁ ଆର୍‌ଆଇଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୯।୧୧- ଏକ ଲାଞ୍ଚ ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଶୁଭଦର୍ଶୀ ପଟ୍ଟନାୟକ ଜଣେ ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଆର୍‌ଆଇ ଜଣକ ହେଲେ ଗଜେନ୍ଦ୍ର ଦିଗାଲ। ୨୦୧୭ରେ ସେ ଲାଞ୍ଚ ମାମଲାରେ ନିଲମ୍ବିତ ହୋଇଥିଲେ। ପୁନଃ ନିଯୁକ୍ତି ପାଇ ବୌଦ୍ଧ ଜିଲାର ଦହିଆ ଅଞ୍ଚଳରେ କାର୍ଯ୍ୟରତ ଥିଲେ। ଗତ କିଛିମାସ ତଳେ ପୁଣି ଏକ ଲାଞ୍ଚ ମାମଲାରେ ଫସିଛନ୍ତି।

୨୦୧୭ରେ ଗଜେନ୍ଦ୍ର ବୌଦ୍ଧ ଜିଲା ବଗିଆପଡ଼ା ରାଜସ୍ବ ସର୍କଲର ଆର୍‌ଆଇ ଥିଲେ  । ତାଙ୍କ ସର୍କଲରେ ସନ୍ତୋଷ କୁମାର ମଲ୍ଲିକ ନାମକ ଜଣେ ଯୁବକ ସରକାରୀ ୨ଏକର ଜମିକୁ ଦଖଲ କରି ସେଠାରେ ଚାଷ କରିବା ସହ ରହୁଥିଲେ  । ତହସିଲଦାର ତାଙ୍କୁ ତୁରନ୍ତ ସରକାରୀ ଜାଗା ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହାକୁ ନେଇ ସନ୍ତୋଷ ଆର୍‌ଆଇ ଗଜେନ୍ଦ୍ରଙ୍କୁ ଭେଟିଥିଲେ। ଗଜେନ୍ଦ୍ର ତାଙ୍କୁ ଭୂମିହୀନ ବୋଲି ଦରଖାସ୍ତ ଦେଲେ ସରକାରଙ୍କ ପାଖରେ ସୁପାରିସ କରିିବେ ଓ ଏଥିପାଇଁ ୧୦ ହଜାର ଟଙ୍କା ଦେବାକୁ ପଡିିବ ବୋଲି ସନ୍ତୋଷଙ୍କୁ କହିଥିଲେ। ପରେ ଉଭୟଙ୍କ ମଧ୍ୟରେ ୭ ହଜାର ଟଙ୍କାରେ କଥା ଛିଡିଥିଲା। ଘଟଣାକୁ ନେଇ ସନ୍ତୋଷ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ମୁତାବକ ୨୦୧୭ ଡିସେମ୍ବର ୨୯ରେ ଆର୍‌ଆଇଙ୍କୁ ସନ୍ତୋଷ ଟଙ୍କା ଦେଇଥିଲେ। ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ କର୍ମଚାରୀ ଆର୍‌ଆଇ ଗଜେନ୍ଦ୍ରଙ୍କୁ ଗିରଫ କରିବା ସହ ଟଙ୍କା ଜବତ କରିଥିଲେ। ଏ ନେଇ ଭିଜିଲାନ୍ସ ପକ୍ଷରୁ ନଂ.୫୪/୧୭ରେ ମାମଲା ରୁଜୁ ହୋଇଥିଲା। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଭିଜିଲାନ୍ସ ସ୍ବତନ୍ତ୍ର ପିପି ଭିଭି.ରାମଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri