ଲାଞ୍ଚ ନେଇଥିବା ଆର୍‌ଆଇଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୁବ୍ରତ ମହାନ୍ତି ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ସମସ୍ତ ପ୍ରମାଣକୁ ଭିତ୍ତି କରି ହିଞ୍ଜିଳିକାଟୁ ତହସିଲ ବୁରୁପଡ଼ାର ପୂର୍ବତନ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ମନମୋହନ ତ୍ରିପାଠୀଙ୍କୁ ୧ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।
ଘଟଣାରୁ ପ୍ରକାଶ, ବୁରୁପଡ଼ା ଗ୍ରାମର ପଦ୍ମଚରଣ ପ୍ରଧାନଙ୍କ ଏକ ଇନ୍ଦିରା ଆବାସ ଘର ଗ୍ରାମକଣ୍ଠକ ଜମି ପୋଜେସନ ସାର୍ଟିଫିକେଟ ଦେବା ପାଇଁ ଆରଆଇ ତ୍ରିପାଠୀ ୪ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଆବେଦନକାରୀ ପଦ୍ମଚରଣ ଭିଜିଲାନ୍ସରେ ଜଣାଇଥିଲେ। ଯୋଜନା ଅନୁଯାୟୀ ୨୦୧୪ ନଭେମ୍ବର ୧୩ରେ ପଦ୍ମଚରଣ ବୁରୁପଡ଼ା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ଯାଇ ଆରଆଇ ତ୍ରିପାଠୀଙ୍କୁ ୪ ହଜାର ଟଙ୍କା ଲାଞ୍ଚ ଦେଇଥିଲେ। ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ଲାଞ୍ଚ ଟଙ୍କା ଜବତ କରିବା ସହ ଆରଆଇ ତ୍ରିପାଠୀଙ୍କୁ ମାମଲା ନଂ. ୪୧/୧୪ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିଲା। ବିଚାର ବେଳେ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ କୋର୍ଟରେ ଦାଖଲ ହୋଇଥିବା ଚାର୍ଜଶିଟ ଓ ୧୨ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଅଭିଯୁକ୍ତ ଆରଆଇଙ୍କୁ ୧ ବର୍ଷ ଜେଲଦଣ୍ଡ ସହ ୭ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୫ ମାସ ଜେଲଦଣ୍ଡରେ ଦଣ୍ଡିତ ପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri