ଲାଞ୍ଚ ନେଇଥିବା ଆର୍‌ଆଇଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୁବ୍ରତ ମହାନ୍ତି ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ସମସ୍ତ ପ୍ରମାଣକୁ ଭିତ୍ତି କରି ହିଞ୍ଜିଳିକାଟୁ ତହସିଲ ବୁରୁପଡ଼ାର ପୂର୍ବତନ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ମନମୋହନ ତ୍ରିପାଠୀଙ୍କୁ ୧ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।
ଘଟଣାରୁ ପ୍ରକାଶ, ବୁରୁପଡ଼ା ଗ୍ରାମର ପଦ୍ମଚରଣ ପ୍ରଧାନଙ୍କ ଏକ ଇନ୍ଦିରା ଆବାସ ଘର ଗ୍ରାମକଣ୍ଠକ ଜମି ପୋଜେସନ ସାର୍ଟିଫିକେଟ ଦେବା ପାଇଁ ଆରଆଇ ତ୍ରିପାଠୀ ୪ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଆବେଦନକାରୀ ପଦ୍ମଚରଣ ଭିଜିଲାନ୍ସରେ ଜଣାଇଥିଲେ। ଯୋଜନା ଅନୁଯାୟୀ ୨୦୧୪ ନଭେମ୍ବର ୧୩ରେ ପଦ୍ମଚରଣ ବୁରୁପଡ଼ା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ଯାଇ ଆରଆଇ ତ୍ରିପାଠୀଙ୍କୁ ୪ ହଜାର ଟଙ୍କା ଲାଞ୍ଚ ଦେଇଥିଲେ। ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ଲାଞ୍ଚ ଟଙ୍କା ଜବତ କରିବା ସହ ଆରଆଇ ତ୍ରିପାଠୀଙ୍କୁ ମାମଲା ନଂ. ୪୧/୧୪ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିଲା। ବିଚାର ବେଳେ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ କୋର୍ଟରେ ଦାଖଲ ହୋଇଥିବା ଚାର୍ଜଶିଟ ଓ ୧୨ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଅଭିଯୁକ୍ତ ଆରଆଇଙ୍କୁ ୧ ବର୍ଷ ଜେଲଦଣ୍ଡ ସହ ୭ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୫ ମାସ ଜେଲଦଣ୍ଡରେ ଦଣ୍ଡିତ ପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?