ସମସ୍ୟା ସମାଧାନ ପାଇଁ ସ୍ବର ଉଠାଇଲେ ଆଦିବାସୀ

କେନ୍ଦୁଝର, ୧୦।୮ (ସ୍ବ.ପ୍ର.): ବିଶ୍ୱ ଆଦିବାସୀ ଦିବସ ଅବସରରେ କେନ୍ଦୁଝର ଜିଲା ମୁଖ୍ୟାଳୟରେ ମିଳିତ କଲ୍ୟାଣ ମଞ୍ଚ ପକ୍ଷରୁ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ା ଏହି ଶୋଭାଯାତ୍ରାରେ ବିଭିନ୍ନ ସମ୍ପ୍ରଦାୟର ଓ ସଂଗଠନର ମହିଳା, ପୁରୁଷ ଆଦି ସାମିଲ ହୋଇଥିଲେ। ଏହି ଅବସରରେ ଆଦିବାସୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ଏକ ଦାବୀ ପତ୍ର ଜିଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି ା
ବିଭିନ୍ନ ଦାବି ମଧ୍ୟରେ ବିଶ୍ୱ ସ୍ତରରେ ପାଳନ ହୋଇ ଆସୁଥିବା ଏହି ଦିବସ ପାଇଁ ଅଗଷ୍ଟ ୯କୁ ସରକାରୀ ଛୁଟି ଘୋଷଣା, ଆଦିବାସୀଙ୍କ ଆବାଦରେ ଥିବା ଜଙ୍ଗଲ ଜମିର ପଟ୍ଟା ପ୍ରଦାନ, ଆଦିବାସୀଙ୍କ ଭାଷା, ସାହିତ୍ୟ ଓ ସଂସ୍କୃତି , ପରମ୍ପରାର ସୁରକ୍ଷା ପାଇଁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଛନ୍ତି। ସେହିପରି ଖଣିଖାଦାନ, କଳକାରଖାନା ଓ ସରକାରୀ ଉଦ୍ୟୋଗ ପାଇଁ ଉଚ୍ଛେଦ କରାଯାଉଥିବା ଆଦିବାସୀଙ୍କ ଜମି ବାବଦକୁ କ୍ଷତିପୂରଣ ପ୍ରଦାନ କିମ୍ବା ଜମି ବଦଳରେ ଜମି ପ୍ରଦାନ କରିବାକୁ ଦାବି କରିଛନ୍ତି। ଆଦିବାସୀ ଝିଅମାନଙ୍କୁ ପ୍ରଲୋଭିତ କରି ଅଣଆଦିବାସୀ ମାନେ ସେମାନଙ୍କ ମାଧ୍ୟମରେ ରାଜନୀତିର ସୁଯୋଗ ନେବା ସହ ଅନ୍ୟାନ୍ୟ ଆଦିବାସୀଙ୍କ ପାଇଁ ଥିବା ସୁବିଧା ସୁଯୋଗକୁ ଉପଭୋଗ କରୁଛନ୍ତି। ଏଣୁ ଏଭଳି କ୍ଷେତ୍ରରେ ବିବାହ ପରେ ଆଦିବାସୀଙ୍କ ପାଇଁ ଥିବା ସୁବିଧାରୁ ବଞ୍ଚିତ କରିବାକୁ ସେମାନଙ୍କୁ ଦାବି କରିଛନ୍ତି। ବିଭିନ୍ନ ଘରୋଇ ନିଯୁକ୍ତି ଓ ଖଣିଖାଦାନ, କଳକାରଖାନାରେ ସରକାରୀ କୋଟା ଭଳି ସ୍ବତନ୍ତ୍ର ନିଯୁକ୍ତି କୋଟା ଦେବାକୁ ଦାବି କରିଛନ୍ତି। ଏହି ଶୋଭାଯାତ୍ରାରେ ଗୋଁଣ୍ଡ ସମାଜ ସଭାପତି ଜନାର୍ଦ୍ଦନନାୟକ, ସାନ୍ତାଳ ସମାଜ ସଭାପତି ସମରା ଟୁଡୁ, ଜିଲା ସଂଯୋଜକ ବାଥୁଡି ସମାଜ ମକରଧ୍ୱଜ ନାଏକ, ଓରାମ ସମାଜର ନେତ୍ରା ଓରାମ, ଭୂୟାଁ ସାଂସ୍କୃତିକ ସଂଗଠନ ଶ୍ୟାମ ସୁନ୍ଦର ନାୟକ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?