ଧାନକିଣା ବାଟବଣା: ୧୫ଦିନ ହେଲା ମଣ୍ଡିରୁ ଉଠୁନି ଧାନ

ଜୁନାଗଡ,୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଧାନକିଣା ବାଟବଣା ହୋଇଛି। ବ୍ଲକର ଅନେକ ମଣ୍ଡିରେ ଟାର୍ଗେଟ ସରିଯାଇଥିବା ଆଳ ଦେଖାଇ ଧାନ ଉଠାଣ କରାଯାଉନାହିଁ। ଫଳରେ ଚାଷୀ ଧାନ ବିକ୍ରି ଆଶାରେ ଟୋକନ ପାଇ ହାଡଭଙ୍ଗା ଶୀତକାକରରେ ମଣ୍ଡିରେ ପଡିରହିଛନ୍ତି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଚୈଗୁଡା ପ୍ୟାକ୍ସ ଅନ୍ତର୍ଗତ ନୂଆଗୁଡା ମଣ୍ଡିରେ ଗତ ୧୫ଦିନ ହେଲା ଚାଷୀମାନେ ଟୋକନ ପାଇ ଧାନ ବିକ୍ରି ଆଶାରେ ରହିଛନ୍ତି। ଏଥିପ୍ରତି ପ୍ରଶାସନ ନୀରବ ଦ୍ରଷ୍ଟା ସାଜିଥିବାରୁ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ, ନୂଆଗୁଡା ମଣ୍ଡିରେ ଗତ ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ୪୦ଜଣ ଚାଷୀ ପ୍ରାୟ ୨୫ଶହ କୁଇଣ୍ଟାଲ ଧାନ ବିକ୍ରି କରିବା ପାଇଁ ଟୋକନ ପାଇଥିଲେ। ଇତିମଧ୍ୟରେ ୧୫ଦିନ ବିତିଯାଇଥିଲେ ମଧ୍ୟ ସେମାନେ ଧାନ ବିକ୍ରି କରିପାରିନାହାନ୍ତି। ସେହିପରି ଟୋକନର ସମୟ ସୀମା ମଧ୍ୟ ଶେଷ ହେବାକୁ ବସିଛି। ଯଦି ସମୟସୀମା ଭିତରେ ଟୋକନ ପାଇଥିବା ଚାଷୀ ଧାନ ବିକ୍ରି କରି ନ ପାରି କଟିଗଲେ ଏଥିପାଇଁ କିଏ ଦାୟୀ ରହିବ ବୋଲି ସ୍ଥାନୀୟ ଚାଷୀ ପ୍ରଶ୍ନ ଉଠାଇଛନ୍ତି। ବର୍ତ୍ତମାନ ସୁଦ୍ଧା ଏହି ମଣ୍ଡିରେ ୫୧ଜଣ ଚାଷୀ ୨୯୪୦ କୁଇଣ୍ଟାଲ ଧାନ ବିକ୍ରି କରିଥିବା ଜଣାପଡିଛି। ଶିଘ୍ର ଏହି ମଣ୍ଡିରେ ପଡିରହିଥିବା ଧାନକୁ ଉଠାଣ କରିବା ପାଇଁ ସ୍ଥାନୀୟ ଚାଷୀ ଦାବି କରିଛନ୍ତି। ଏ ନେଇ କଳାହାଣ୍ଡି ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦଙ୍କୁ ପଚାରିବାରୁ ଶୀଘ୍ର ଧାନ ଉଠାଣ କରାଯିବାକୁ ଚେଷ୍ଟା କରାଯାଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri