ଦୂର ଜାଗାରେ ସବ୍‌ସେଣ୍ଟର ଖୋଲାଯାଇ ମିଳିବ ଚାଉଳ

ରାୟଗଡ଼ା ଅଫିସ, ୨୮।୯: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ସମବାୟ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ରାୟଗଡ଼ ଗସ୍ତକରି ମଙ୍ଗଳବାର ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ, ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗ, ଜିଲାପାଳ ସ୍ବଧାଦେବ ସିଂ, ଏସ୍‌ପି ବିବେକାନନ୍ଦ ଶର୍ମା, ଜିଲା ପରିଷଦ ଅଧ୍ୟକ୍ଷା ସରସ୍ବତୀ ମାଝି ପ୍ରମୁଖ ଯୋଗ ଦେଇଥିଲେ। ଜିଲାରେ ସ୍ବାସ୍ଥ୍ୟ, ଶିକ୍ଷା, ସାମାଜିକ ସୁରକ୍ଷା, ଆଦିବାସୀ ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗରେ ଚାଲିଥିବା ଉନ୍ନୟନ କାର୍ଯ୍ୟ ଉପରେ ଆଲୋଚନା କରାଯାଇଥିଲା।
ସିଡିଏମ୍‌ଓ ଡା. ଲାଲ୍‌ ମୋହନ ରାଉତରାୟ ଜିଲାରେ ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ ସୁବିଧା ଅସୁବିଧା ଉପରେ ଉପସ୍ଥାପନା କରିଥିଲେ। ଖାଲି ପଡିଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀ ପଦବୀ ପୂରଣ ପାଇଁ ବୈଠକରେ ଅନୁରୋଧ କରିଥିଲେ। ରାୟଗଡ଼ା ସ୍ବାସ୍ଥ୍ୟ ବିଭାଗ ଆକ୍ୟୁସ ପୁରସ୍କାର ପାଇଥିବା କଥା ସେ ବୈଠକର ସୂଚନା ଦେଇଥିଲେ। ମନ୍ତ୍ରୀ କଲେରା ନିରାକରଣରେ ଜିଲାପାଳ ଓ ସ୍ବାସ୍ଥ୍ୟ ବିଭାଗର କାର୍ଯ୍ୟକୁ ପ୍ରଶଂସା କରିଥିଲେ।
ଏହାପରେ ଜିଲାରେ ଜନଜାତିଙ୍କ ବିକାଶ ନିମନ୍ତେ ଚାଲିଥିବା କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଛି। ଆଇଟିଡିଏ ପକ୍ଷରୁ ନିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରକଳ୍ପ ପ୍ରଶାସକ ଉପସ୍ଥାପନା କରିଥିଲେ। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ନିମନ୍ତେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସହ ବିଦ୍ୟାଳୟ ଗୁଡିକର ଅସୁବିଧା ସୁବିଧା ସମ୍ପର୍କରେ ଜିଲା ମଙ୍ଗଳ ଅଧିକାରୀ ଉପସ୍ଥାପନ କରିଥିଲେ। ଜିଲା ପରିଷଦ ପକ୍ଷରୁ କାର୍ଯ୍ୟକାରୀ କରାଯାଉଥିବା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଏବଂ ଅନ୍ୟ କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନ କରାଯାଇଥିଲା। ଜିଲାରେ ବିଧବାଭତ୍ତା, ବାର୍ଦ୍ଧକ୍ୟ ଭତ୍ତା ସମ୍ପର୍କରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଉପସ୍ଥାପନ କରିଥିଲେ। ଯେଉଁଠି ବାର୍ଦ୍ଧକ୍ୟ ଭତ୍ତା ପହଞ୍ଚତ୍ବାରେ ଅସୁବିଧା ହେଉଛି ସେଠାରେ ସ୍ବତନ୍ତ୍ର ଦୃଷ୍ଟିଦେବାକୁ ମନ୍ତ୍ରୀ କହିଥିଲେ। ପୌର ପରିଷଦର ମୁକ୍ତା ଯୋଜନା, ଜିଲା ଯୋଗାଣ ବିଭାଗ ଓ ସମବାୟ ବିଭାଗର କାର୍ଯ୍ୟକ୍ରମ ସହ ଅସୁବିଧା ସୁବିଧା ସମ୍ପର୍କରେ ଆଲୋଚନା କରାଯାଇଛି। ଯେଉଁଠି ଚାଉଳ ନେବା ପାଇଁ ଲୋକଙ୍କୁ ବହୁତ ଦୂର ଯିବାକୁ ହେଉଛି ସେଠାରେ ଏସ୍‌ଏଚ୍‌ଜି କିମ୍ବା ପଞ୍ଚାୟତ ମାଧ୍ୟମରେ ସବସେଣ୍ଟର ଖୋଲିବାକୁ ମନ୍ତ୍ରୀ କହିଥିଲେ। ଚାଉଳ ମିଶ୍ରଣ ନିମନ୍ତେ ବ୍ଲେଣ୍ଡିଂ ମେଶିନ ବସାଇବାକୁ ମିଲରମାନଙ୍କୁ କହିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସ୍ଥାନୀୟ ସାଇପ୍ରିୟା ନଗର ସହରାଞ୍ଚଳ ଚିକତ୍ସାକେନ୍ଦ୍ରକୁ ମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ଏହି ସମୟରେ କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା, ଜିଲାର ସବୁ ବିଧାୟକ, ଜିଲାପାଳ, ଏସ୍‌ପି, ସିଡିଏମ୍‌ଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?