ନଭେମ୍ବର ପହିଲାରୁ ଧାନ ସଂଗ୍ରହ

ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ନଭେମ୍ବର ପହିଲାରୁ ଧାନ ସଂଗ୍ରହ ଆରମ୍ଭ ହେବ। ଚଳିତବର୍ଷ ରାଜ୍ୟରେ ୧୪.୯୭ ଲକ୍ଷ ଚାଷୀ ଧାନ ବିକିବା ପାଇଁ ନାମ ପଞ୍ଜୀକୃତ କରିଛନ୍ତି। ୨୦୧୯-୨୦ ଆର୍ଥିକବର୍ଷ ତୁଳନାରେ ୨୧ ପ୍ରତିଶତ ଅଧିକ। ଗତବର୍ଷ ୧୨.୩୫ ଲକ୍ଷ ଚାଷୀ ନାମ ପଞ୍ଜୀକୃତ କରିଥିଲେ। ସେହିପରି ନାମମାତ୍ର, କ୍ଷୁଦ୍ର ଓ ନିମ୍ନ ମଧ୍ୟମ ଚାଷୀ ପଞ୍ଜୀକରଣରେ ଯଥାକ୍ରମେ ୨୧, ୨୨ ଏବଂ ୨୪ ପ୍ରତିଶତ ବୃଦ୍ଧି ପାଇଛି। ଚଳିତ ବର୍ଷ ୨୮୫୭ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଧାନ ସଂଗ୍ରହ କାର୍ଯ୍ୟରେ ସାମିଲ ହେବେ। ଏବେ ସୁଦ୍ଧା ୩୩୩୭ ମଣ୍ଡି ଖୋଲିବା ପାଇଁ ପ୍ରସ୍ତୁତି ହୋଇଛି। ୧୩୧୫ ମିଲର ଧାନ କିଣିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ୨୦୧୯-୨୦ରେ ୭୦.୫୬ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ହୋଇଥିଲା। ବରଗଡ଼, ଭଦ୍ରକ, ବଲାଙ୍ଗୀର, ଗଞ୍ଜାମ, ଯାଜପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରେ ୨୨୪ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସାମିଲ ହେବେ। ଗତବର୍ଷ ୧୯୯ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପ୍ରାୟ ୨.୩୦ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ କରି କମିଶନି ବାବଦରେ ୭୨୧ ଲକ୍ଷ ଟଙ୍କା ରୋଜଗାର କରିଥିଲେ। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରୁ ଏହି ସୂଚନା ମିଳିଛି। ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଚିବ ଭି.ଭି. ଯାଦବ ଧାନକିଣା ପାଇଁ ପ୍ରସ୍ତୁତି ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ପ୍ରସ୍ତୁତିର ସମୀକ୍ଷା କରି ଧାନକିଣା କେନ୍ଦ୍ର ଓ ମଣ୍ଡିରେ ମୌଳିକ ସୁବିଧା ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଠାରୁ ଅଗ୍ରାଧିକାରଭିତ୍ତିରେ ଧାନ ସଂଗ୍ରହ କରିବା ସହ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଟଙ୍କା ପଇଠ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ନଭେମ୍ବର ୧ରୁ ୨୦୨୧ ମାର୍ଚ୍ଚ ୩୧ ମଧ୍ୟରେ ଧାନ ସଂଗ୍ରହ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ନୂଆପଡ଼ା, କଳାହାଣ୍ଡି ଆଦି ଜିଲାରୁ ଧାନ ସଂଗ୍ରହ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ଜିଲାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଧାନ ସଂଗ୍ରହ କମିଟି କାର୍ଯ୍ୟ କରୁଛି। ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ରାଜ କୁମାର ଶର୍ମା, କୃଷି ଓ କୃଷକ ସଶକ୍ତୀକରଣ ସଚିବ ସୌରଭ ଗର୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଚିବ ଭି.ଭି ଯାଦବ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri