ହାତୀପଲଙ୍କ ଦ୍ୱାରା ଧାନ ଫସଲ ନଷ୍ଟ

ଅମରପାଲି,୨୮।୮(ଡି.ଏନ.ଏ)-ସୁବର୍ଣ୍ଣପୁର ବନଖଣ୍ଡ ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ହାତିଲିମୁଣ୍ଡା ବିଟର ଗୌଡଗାଡ ଗ୍ରାମରେ ହାତୀପଲ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି । ବୁଧବାର ରାତିରେ ହାତୀପଲ ଆସି ଗ୍ରାମର ମାଗୁଣି ଦୀପ ଓ ରାତ୍ର ଦୀପଙ୍କର ପ୍ରାୟ ୩ ଏକର ଜମିର ଫସଲ ଦଳି ଚକଟି ନଷ୍ଟ କରିଛନ୍ତି । ଉକ୍ତ ହାତୀ ପଲରେ ପ୍ରାୟ ୫ରୁ ୬ଟି ହାତୀ ଥିବା ଜଣାପଡିଛି । ଚଳିତବର୍ଷ ବିଳମ୍ବରେ ହେଲେ ମଧ୍ୟ ଚାଷ ଭଲ ହୋଇଥିଲା । ମାତ୍ର ଏବେ ହାତୀପଲ ଗଁାକୁ ପଶି ଆସୁଥିବାରୁ ଚାଷୀ ଆତଙ୍କିତ ହୋଇ ପଡିଛନ୍ତି । ଏବେ ଧାନ ଗଛ ଖିର ଢୋକିବା ଆରମ୍ଭ କରୁଛି । ଏହି ସମୟରେ ହାତୀ ଉପଦ୍ରବ ଯୋଗୁ ଚାଷୀ ମହଲରେ ଭାଳେଣି ପଡିଯାଇଛି । ଏନେଇ ହାତିଲିମୁଣ୍ଡା ବନପାଳ ସୁନୀଲ ତରିଆଙ୍କୁ ପଚାରିବାରେ ଗତ ଦୁଇ ଦିନ ହେଲା ଗୌଡଗାଡ ସଂରକ୍ଷିତ ଜଙ୍ଗଲରୁ ହାତୀ ଆସି ଉକ୍ତ ଅଞ୍ଚଳରେ ଧାନଫସଲ ନଷ୍ଟ କରୁଛି । ଯଥାଶୀଘ୍ର ହାତୀ ଘଉଡାଇବା ସହିତ କ୍ଷୟକ୍ଷତିର ଆକଳନ କରାଯାଇ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri