ଧାନକିଣା ନୀତି, ଚାଉଳ କାଟ୍‌ ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲା ବିଜେଡି

ବରଗଡ଼ ଅଫିସ,୧୬ା୨: ଧାନକିଣା ନୀତି ଓ ଚାଉଳ କାଟ୍‌ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡି ରାସ୍ତାକୁ ଓହ୍ଲାଇଛି। ଗୁରୁବାର ବରଗଡ଼ ଗାନ୍ଧୀଛକରେ ବିଜେଡି ନେତା, କର୍ମୀ ଧାରଣାରେ ବସି ଏହାର ପ୍ରତିବାଦ କରିଥିବା ବେଳେ ଜିଲାପାଳ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଦଳର ରାଜ୍ୟ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ସାଧୁ ନେପାକ, ବରଗ ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ ପ୍ରମୁଖ ପ୍ରତିବାଦ ସଭାରେ ଉପସ୍ଥିତ ରହି କେନ୍ଦ୍ରର ଭାଜପା ସରକାରଙ୍କ ସେଭଳି ନୀତି ବିରୋଧରେ ଗର୍ଜିଥିଲେ। ରାଜ୍ୟରୁ ଯେତିକି ଚାଉଳ ଉଠାଇବା କଥା, କେନ୍ଦ୍ର ସରକାର ସେତିକି ଉଠାଉ ନାହାନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ କେନ୍ଦ୍ର ସରକାର ଦେଉଥିବା ୫ କେଜି ମାଗଣା ଚାଉଳ ଏବେ ବନ୍ଦ କରି ଦେଇଛନ୍ତି। ଏଭଳି ଭାବରେ କେନ୍ଦ୍ରର ଭାଜପା ସରକାର ରାଜ୍ୟର ୩କୋଟି ୨୫ଲକ୍ଷ ଲୋକଙ୍କ ପେଟରେ ଲାତ ମାରିଛନ୍ତି। କେନ୍ଦ୍ରର ଏଭଳି ନୀତିକୁ ବରଦାସ୍ତ କରାଯିବ ନାହିଁ ଏବଂ ଓଡ଼ିଶାବାସୀଙ୍କ ହକ୍‌ ପାଇଁ ଆଗାମୀ ଦିନରେ କେନ୍ଦ୍ର ବିରୋଧରେ ଆନ୍ଦୋଳନକୁ ଆହୁରି ଜୋରଦାର୍‌ କରାଯିବ ବୋଲି ବିଜେଡି ନେତୃବୃନ୍ଦ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri