ଧାନକିଣା ନୀତି, ଚାଉଳ କାଟ୍‌ ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲା ବିଜେଡି

ବରଗଡ଼ ଅଫିସ,୧୬ା୨: ଧାନକିଣା ନୀତି ଓ ଚାଉଳ କାଟ୍‌ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡି ରାସ୍ତାକୁ ଓହ୍ଲାଇଛି। ଗୁରୁବାର ବରଗଡ଼ ଗାନ୍ଧୀଛକରେ ବିଜେଡି ନେତା, କର୍ମୀ ଧାରଣାରେ ବସି ଏହାର ପ୍ରତିବାଦ କରିଥିବା ବେଳେ ଜିଲାପାଳ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଦଳର ରାଜ୍ୟ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ସାଧୁ ନେପାକ, ବରଗ ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ ପ୍ରମୁଖ ପ୍ରତିବାଦ ସଭାରେ ଉପସ୍ଥିତ ରହି କେନ୍ଦ୍ରର ଭାଜପା ସରକାରଙ୍କ ସେଭଳି ନୀତି ବିରୋଧରେ ଗର୍ଜିଥିଲେ। ରାଜ୍ୟରୁ ଯେତିକି ଚାଉଳ ଉଠାଇବା କଥା, କେନ୍ଦ୍ର ସରକାର ସେତିକି ଉଠାଉ ନାହାନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ କେନ୍ଦ୍ର ସରକାର ଦେଉଥିବା ୫ କେଜି ମାଗଣା ଚାଉଳ ଏବେ ବନ୍ଦ କରି ଦେଇଛନ୍ତି। ଏଭଳି ଭାବରେ କେନ୍ଦ୍ରର ଭାଜପା ସରକାର ରାଜ୍ୟର ୩କୋଟି ୨୫ଲକ୍ଷ ଲୋକଙ୍କ ପେଟରେ ଲାତ ମାରିଛନ୍ତି। କେନ୍ଦ୍ରର ଏଭଳି ନୀତିକୁ ବରଦାସ୍ତ କରାଯିବ ନାହିଁ ଏବଂ ଓଡ଼ିଶାବାସୀଙ୍କ ହକ୍‌ ପାଇଁ ଆଗାମୀ ଦିନରେ କେନ୍ଦ୍ର ବିରୋଧରେ ଆନ୍ଦୋଳନକୁ ଆହୁରି ଜୋରଦାର୍‌ କରାଯିବ ବୋଲି ବିଜେଡି ନେତୃବୃନ୍ଦ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri