ଧାନକିଣା ବାଟବଣା: ଟୋକନ ଟେନ୍‌ସନରେ ଚାଷୀ

ପଦ୍ମପୁର, ୬।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ସପ୍ତାହେ ବିତିଯାଇଛି, ମାତ୍ର ଚାଷୀଙ୍କ ପାଖରେ ଟୋକନ ପହଞ୍ଚି ପାରି ନ ଥିବାରୁ ଉପଖଣ୍ଡର ୯୨ମଣ୍ଡିରୁ ୫୪ମଣ୍ଡିରେ ଏପର୍ଯ୍ୟନ୍ତ ଧାନ ବସ୍ତାଏ ବି ପଡିନାହିଁ। ଅପରପକ୍ଷରେ ପଦ୍ମପୁର ଅଞ୍ଚଳର ମିଲର୍ସମାନେ ଏ ପର୍ଯ୍ୟନ୍ତ ସରକାରଙ୍କ ପାଖରେ ଚୁକ୍ତିନାମା କରି ନ ଥିବା ଜଣାପଡିଛି। ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି)ର ସୂଚନାରୁ ପ୍ରକାଶ, ଉପଖଣ୍ଡର ୩୮ମଣ୍ଡିରେ ୫୩ ହଜାର ୫୪୩ ପେକେଟ ଧାନ ପଡିଛି। ସେଥିମଧ୍ୟରୁ କେବଳ ସୋହେଲା ବ୍ଲକ ସରକଣ୍ଡା ମଣ୍ଡିରୁ ୩ ଜଣ ଚାଷୀଙ୍କ ୨୮୦ପେକେଟ ଧାନ ବିକ୍ରି ହୋଇଥିବା ଆର୍‌ଏମ୍‌ସି ସମ୍ପାଦକ ରବିନାରାୟଣ ପଣ୍ଡା ସୂଚନା ଦେଇଛନ୍ତି। ଅପରପକ୍ଷରେ ବର୍ତ୍ତମାନ ଟୋକନ ଟେନସନ ଯୋଗୁ ଚାଷୀ ଅସନ୍ତୋଷ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ୯୫ ପ୍ରତିଶତ ଚାଷୀଙ୍କ ପାଖକୁ ଟୋକନ ଆସିନାହିଁ। ସେମାନେ ବାରମ୍ବାର ପ୍ରାଥମିକ କୃଷି ସମବାୟ କେନ୍ଦ୍ରକୁ ଦୌଡୁଛନ୍ତି। ମାତ୍ର ଏ ସମ୍ପର୍କରେ ସେମାନଙ୍କ ପାଖରେ ତଥ୍ୟ ନ ଥିବା ଉତ୍ତର ମିଳୁଛି। ସରକାରଙ୍କ ପ୍ରଦତ୍ତ କୃଷି ସହାୟକ ପୋର୍ଟାଲର ହେଲ୍ପ ଲାଇନ ନମ୍ବରକୁ କଲ କଲେ ମଧ୍ୟ ତଥ୍ୟ ମିଳୁ ନ ଥିବା ଚାଷୀମାନେ କହିଛନ୍ତି। ଚାଷୀମାନେ ବାଧ୍ୟ ହୋଇ ସେମାନଙ୍କ ଧାନକୁ ରାସ୍ତା କଡରେ କ୍ଷେତରେ ଗଦାକରି ରଖି ଟୋକନକୁ ଚାହିଁ ରହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri