ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି ଝିପି ବର୍ଷା ଲାଗି ରହିଥିବା ସତ୍ତ୍ୱେ ଧାନ ରୁଆ କାମ ଚାଲିଛି। ସମଗ୍ର କେସିଙ୍ଗା ବ୍ଲକରେ ୧୦ହଜାର ହେକ୍ଟର ଜମିରେ ଧାନ ଚାଷ କରିବାର ଲକ୍ଷ୍ୟ ଥାଏ। ଭଲ ବର୍ଷା ହେଲେ ଚାଷୀ ବର୍ଷାକୁ ଖାତିରି ନ କରି ଧାନ ପଳା ମରାଠାରୁ ଧାନ ରୁଆ ଜୋରସୋରରେ ଚାଲିଛି।
କେସିଙ୍ଗା ବ୍ଲକର ଡୁମେର ମୁଣ୍ଡ, ବାଲସି, ପରଲସିଙ୍ଗା, କାଣ୍ଡେଲ, ଶିରୋଲ, ମଶାଣିବନ୍ଧ, ରେଙ୍ଗାଲି, ବୁଢ଼ୀପଦର, କନ୍ତେ ଶିର, କସୃପଡା, ଘାଟପଡା, ନୁନମାଠ, ତୁର୍ଳାଖମାନ, ତୁଣ୍ଡଳା, ସିରଜାପାଲି, କିକିଆ, ଡୁମେର ମୁଣ୍ଡା,ଆଦି ଗ୍ରାମରେ ଚାଷୀମାନେ ପଳାମାରି ଧାନରୁଆ କାମରେ ବ୍ୟସ୍ତ ଅଛନ୍ତି।
ଯେତିକି ଲଘୁଚାପଜନିତ ବର୍ଷା ହେବା ସହ ଝିପିଝିପି ବର୍ଷାରେ ଧାନ ରୁଆ କାମ ଆଗେଇ ଚାଲିଛି। ଏ ସଂକ୍ରାନ୍ତରେ କେସିଙ୍ଗା କୃଷି ବିଭାଗ ବ୍ଲକ ଏଗ୍ରିକଲଚର ଅଫିସର ଜିତେନ୍ଦ୍ର ସିଂଙ୍କୁ ପଚାରିବାରୁ କେସିଙ୍ଗା ବ୍ଲକରେ ଚଳିତ ବର୍ଷ ଭଲ ବର୍ଷା ହେଉଛି। ଚାଷୀମାନେ ଚାଷ କାମ ଠିକ ଭାବେ ସମ୍ପାଦନା କରୁଛନ୍ତି । ବ୍ଲକର ପ୍ରାୟ ୮୦ଭାଗ ଚାଷୀ ଧାନ ରୁଆ କାମ ସାରିଲେଣି ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri