ଜାନୁୟାରୀ ୫ରୁ ଧାନ ସଂଗ୍ରହ

ଜଗତ୍‌ସିଂହପୁର ଅଫିସ, ୧୭।୧୧: ଆସନ୍ତା ଜାନୁୟାରୀ ୫ରୁ ଜିଲାରେ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଅଭିଯାନ ଆରମ୍ଭ ହେବ । ୧୦୫ଟି ପାକ୍ସ (ପ୍ରାଥମିକ କୃଷି ସମବାୟ ସମିତି) ମାଧ୍ୟମରେ ୮୫, ୨୯୪.୧୧୭ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଧାନ ସଂଗ୍ରହର ଯଥେଷ୍ଟ ପୂର୍ବରୁ ପ୍ରତି ପଞ୍ଚାୟତର ଗାଁରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଚାଷୀଙ୍କୁ ଅବଗତ କରାଯିବ । ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଜିଲାପାଳ ସରୋଜ କୁମାର ମିଶ୍ର ପୌରୋହିତ୍ୟ କରି ଏହା କହିଛନ୍ତି । ସେ କହିଥିଲେ, ଧାନ ସଂଗ୍ରହ ସମୟରେ କୋଭିଡ୍‌ କଟକଣା ବାଧ୍ୟତାମୂଳକ କରାଯାଇଛି । ଜଗତ୍‌ସିଂହପୁର ଜିଲାରେ ମିଲରମାନଙ୍କ ସଂଖ୍ୟା କମ୍‌ । ତେଣୁ ଅନ୍ୟ ଜିଲାରୁ ମିଲରମାନଙ୍କୁ ସାମିଲ କରାଯିବ । ଧାନ ସଂଗ୍ରହ ସମୟରେ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବ ନାହିଁ। ମିଲରମାନେ ଚାଷୀଙ୍କଠାରୁ ଠିକ୍‌ ଭାବେ ଧାନ ସଂଗ୍ରହ କରିବା କ୍ଷେତ୍ରରେ ଜିଲା ଯୋଗାଣ ବିଭାଗ, ପ୍ରାଥମିକ କୃଷି ସମବାୟ ସମିତି, କେନ୍ଦ୍ର ସମବାୟ ବ୍ୟାଙ୍କ, ମିଲର ଓ ନିୟନ୍ତ୍ରିତ ବଜାର କମିଟି କର୍ମକର୍ତ୍ତାଙ୍କ ଗୁରୁଦାୟିତ୍ୱ ରହିଥିବା ଜିଲାପାଳ କହିଥିଲେ । ବୈଠକରେ ଜଳସମ୍ପଦ, ସୂଚନା ଓ ଲୋକଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ କହିଥିଲେ, ଚଳିତ ବର୍ଷ ଧାନ ସଂଗ୍ରହ ନେଇ ନୂଆ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି । ଚାଷୀମାନେ ଯେପରି ସୁଚାରୁରୂପେ ଧାନ ଦେଇ ତାଙ୍କ ପ୍ରାପ୍ୟ ପାଇପାରିବେ ସେଥିପ୍ରତି ପ୍ରତ୍ୟେକ ଯନତ୍ବାନ ହେବା ଉଚିତ । ଏମ୍‌ପି ରାଜଶ୍ରୀ ମଲ୍ଲିକ ଏଥିରେ ଯୋଗଦେଇ କହିଥିଲେ, ଜିଲାରେ ୮୦ ଭାଗ ଲୋକ କୃଷି ଉପରେ ନିର୍ଭରଶୀଳ । ଚାଷୀଙ୍କୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ବଦ୍ଧ ପରିକର । ଜିଲା ଯୋଗାଣ ଅଧିକାରୀ ବିବେକାନନ୍ଦ କୋରକରା କହିଥିଲେ, କୁଇଣ୍ଟାଲ ପ୍ରତି ସାଧାରଣ ଏଫ୍‌ଏକ୍ୟୁ ଧାନ ମୂଲ୍ୟ ୧୮୬୮ ଓ ଗ୍ରେଡ୍‌-ଏ ୧୮୮୮ ଟଙ୍କା ଧାର୍ଯ୍ୟ କରାଯାଇଛି । ଚଳିତ ବର୍ଷ ଜିଲାରେ ୩୯,୨୭୬ ଜଣ ଚାଷୀ ପଞ୍ଜୀକୃତ ହୋଇଛନ୍ତି । ଧାନ ସଂଗ୍ରହର ୨୪ ଘଣ୍ଟାରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଅନଲାଇନ୍‌ ମାଧ୍ୟମରେ ଟଙ୍କା ପଠାଇ ଦିଆଯିବ । ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଜିଲା ପରିଷଦ ସଭାପତି ପ୍ରିୟଦର୍ଶିନୀ ବିଶ୍ୱାଳ, ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି, ଜିଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଉପଜିଲାପାଳ ଧର୍ମେନ୍ଦ୍ର ମଲ୍ଲିକ ଧନ୍ୟବାଦ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri