ଜାନୁୟାରୀ ୫ରୁ ଧାନ ସଂଗ୍ରହ

ଜଗତ୍‌ସିଂହପୁର ଅଫିସ, ୧୭।୧୧: ଆସନ୍ତା ଜାନୁୟାରୀ ୫ରୁ ଜିଲାରେ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଅଭିଯାନ ଆରମ୍ଭ ହେବ । ୧୦୫ଟି ପାକ୍ସ (ପ୍ରାଥମିକ କୃଷି ସମବାୟ ସମିତି) ମାଧ୍ୟମରେ ୮୫, ୨୯୪.୧୧୭ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଧାନ ସଂଗ୍ରହର ଯଥେଷ୍ଟ ପୂର୍ବରୁ ପ୍ରତି ପଞ୍ଚାୟତର ଗାଁରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଚାଷୀଙ୍କୁ ଅବଗତ କରାଯିବ । ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଜିଲାପାଳ ସରୋଜ କୁମାର ମିଶ୍ର ପୌରୋହିତ୍ୟ କରି ଏହା କହିଛନ୍ତି । ସେ କହିଥିଲେ, ଧାନ ସଂଗ୍ରହ ସମୟରେ କୋଭିଡ୍‌ କଟକଣା ବାଧ୍ୟତାମୂଳକ କରାଯାଇଛି । ଜଗତ୍‌ସିଂହପୁର ଜିଲାରେ ମିଲରମାନଙ୍କ ସଂଖ୍ୟା କମ୍‌ । ତେଣୁ ଅନ୍ୟ ଜିଲାରୁ ମିଲରମାନଙ୍କୁ ସାମିଲ କରାଯିବ । ଧାନ ସଂଗ୍ରହ ସମୟରେ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବ ନାହିଁ। ମିଲରମାନେ ଚାଷୀଙ୍କଠାରୁ ଠିକ୍‌ ଭାବେ ଧାନ ସଂଗ୍ରହ କରିବା କ୍ଷେତ୍ରରେ ଜିଲା ଯୋଗାଣ ବିଭାଗ, ପ୍ରାଥମିକ କୃଷି ସମବାୟ ସମିତି, କେନ୍ଦ୍ର ସମବାୟ ବ୍ୟାଙ୍କ, ମିଲର ଓ ନିୟନ୍ତ୍ରିତ ବଜାର କମିଟି କର୍ମକର୍ତ୍ତାଙ୍କ ଗୁରୁଦାୟିତ୍ୱ ରହିଥିବା ଜିଲାପାଳ କହିଥିଲେ । ବୈଠକରେ ଜଳସମ୍ପଦ, ସୂଚନା ଓ ଲୋକଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ କହିଥିଲେ, ଚଳିତ ବର୍ଷ ଧାନ ସଂଗ୍ରହ ନେଇ ନୂଆ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି । ଚାଷୀମାନେ ଯେପରି ସୁଚାରୁରୂପେ ଧାନ ଦେଇ ତାଙ୍କ ପ୍ରାପ୍ୟ ପାଇପାରିବେ ସେଥିପ୍ରତି ପ୍ରତ୍ୟେକ ଯନତ୍ବାନ ହେବା ଉଚିତ । ଏମ୍‌ପି ରାଜଶ୍ରୀ ମଲ୍ଲିକ ଏଥିରେ ଯୋଗଦେଇ କହିଥିଲେ, ଜିଲାରେ ୮୦ ଭାଗ ଲୋକ କୃଷି ଉପରେ ନିର୍ଭରଶୀଳ । ଚାଷୀଙ୍କୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ବଦ୍ଧ ପରିକର । ଜିଲା ଯୋଗାଣ ଅଧିକାରୀ ବିବେକାନନ୍ଦ କୋରକରା କହିଥିଲେ, କୁଇଣ୍ଟାଲ ପ୍ରତି ସାଧାରଣ ଏଫ୍‌ଏକ୍ୟୁ ଧାନ ମୂଲ୍ୟ ୧୮୬୮ ଓ ଗ୍ରେଡ୍‌-ଏ ୧୮୮୮ ଟଙ୍କା ଧାର୍ଯ୍ୟ କରାଯାଇଛି । ଚଳିତ ବର୍ଷ ଜିଲାରେ ୩୯,୨୭୬ ଜଣ ଚାଷୀ ପଞ୍ଜୀକୃତ ହୋଇଛନ୍ତି । ଧାନ ସଂଗ୍ରହର ୨୪ ଘଣ୍ଟାରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଅନଲାଇନ୍‌ ମାଧ୍ୟମରେ ଟଙ୍କା ପଠାଇ ଦିଆଯିବ । ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଜିଲା ପରିଷଦ ସଭାପତି ପ୍ରିୟଦର୍ଶିନୀ ବିଶ୍ୱାଳ, ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି, ଜିଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଉପଜିଲାପାଳ ଧର୍ମେନ୍ଦ୍ର ମଲ୍ଲିକ ଧନ୍ୟବାଦ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri