ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଧକ୍କା ଦେଲା ହାଇୱା: ଜଣେ ମୃତ

ଦେବଗଡ଼,୮।୪:(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଆମ୍ବକଟା ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଠିଆ ହୋଇଥିବା ଏକ ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଏକ ହାଇୱା ଧକ୍କା ଦେବା ଫଳରେ ଧାନ ଅମଳ ମେଶିନ ଅପରେଟରଙ୍କ ମୃତ୍ୟୁ ଘଟିଛି । ମୃତ ଅପରେଟର ସମ୍ବଲପୁର ଜିଲା ଜମନକିରା ଥାନା ପଡିଆବାହାଳ ଗ୍ରାମର ଲାଲାଜୀ ପାତ୍ର ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ପଡିଆବାହାଳରୁ ଏକ ଧାନ ଅମଳ ମେଶିନକୁ ଏକ ଟ୍ରାକ୍ଟର ଯୋଗେ ଜଳେଶ୍ୱରକୁ ସ୍ଥାନାନ୍ତର କରାଯାଉଥିଲା । ରାତି ପ୍ରାୟ ୧ ଟାରେ କୌଣସି କାରଣରୁ ୪୯ ନମ୍ବର ଜାତୀୟ ରାଜପଥ ଆମ୍ବକଟା ନିକଟ ପୋଲ ଉପରେ ଉକ୍ତ ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟର ଅଟକି ଥିବା ବେଳେ ଦୃତ ଗତିରେ ଯାଉଥିବା ଏକ ହାଇୱା (ଓଡି-୦୯-ପି-୯୧୦୧) ଉକ୍ତ ଟ୍ରାକ୍ଟର ପଛପଟେ ଧକ୍କା ଦେଇଥିଲା । ଫଳରେ ଟ୍ରାକ୍ଟର ଓ ଟ୍ରାକ୍ଟରରେ ବସିଥିବା ଅପରେଟର ଲାଲାଜୀ ପୋଲ ତଳକୁ ଖସି ପଡି ଗୁରୁତର ଆହତ ହୋଇଥିଲେ । ଏଣେ ଦୁର୍ଘଟଣା ପରେ ହାଇୱା ଚାଳକ ଫେରାର ହୋଇଥିବା ବେଳେ ଲାଲାଜୀଙ୍କୁ ଉଦ୍ଧାର କରି ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ମାତ୍ର ଅବସ୍ଥା ଗୁରୁତର ହେବାରୁ ଅଧିକ ଚିକିତ୍ସା ପାଇଁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଉଥିଲା। ମାତ୍ର ସେଠାକୁ ନେବା ପୂର୍ବରୁ ଚିକିତ୍ସାଧିନ ଅବସ୍ଥାରେ ଲାଲାଜୀଙ୍କର ମୃତ୍ୟୂ ଘଟିଥିଲା । ଏନେଇ ବାରକୋଟ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଦୁର୍ଘଟଣାଗ୍ରସ୍ତ ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଜବତ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?