ଧାନ ସଂଗ୍ରହ ବ୍ୟବସ୍ଥା ବିପର୍ଯ୍ୟସ୍ତ: ଆଜି ବିଜେଡିର ଚାଷୀ ଆନ୍ଦୋଳନ

ଭୁବନେଶ୍ୱର, ୨୪।୨(ସୁନିତ ମିଶ୍ର):ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯେଉଁଥିପାଇଁ ରାଜ୍ୟର ଚାଷୀକୁଳ ହତାଶ ହୋଇପଡ଼ିଛନ୍ତି। ତେଣୁ ଚାଷୀଙ୍କ ସ୍ବାର୍ଥ ପାଇଁ ବିଜେଡି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଲୋୟର ପିଏମ୍‌ଜିଠାରେ ଏକ ବିଶାଳ ବିକ୍ଷୋଭ କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।
ଶଙ୍ଖ ଭବନଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସହିତ ଆଇନ ଶୃଙ୍ଖଳା ବ୍ୟବସ୍ଥା ଓ ମହିଳା ସୁରକ୍ଷା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଚଳିତ ବର୍ଷ ରାଜ୍ୟରେ ଧାନ ସଂଗ୍ରହ କାର୍ଯ୍ୟକ୍ରମ ପ୍ରଥମ ଦିନରୁ ଅବ୍ୟବସ୍ଥା ଲାଗି ରହିଛି। ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ, ଟୋକନ ବିତରଣ, ମଣ୍ଡିରେ ଧାନ ସଂଗ୍ରହ ବ୍ୟବସ୍ଥା, କଟ୍‌ନି ଛଟ୍‌ନି ଇତ୍ୟାଦି ରାଜ୍ୟର ଚାଷୀମାନଙ୍କୁ ନାହିଁ ନ ଥିବା ଅସୁବିଧାରେ ପକାଇଛି। ରାଜ୍ୟର ପ୍ରତି ବ୍ଲକରେ ଓ ଜିଲାରେ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଉଛନ୍ତି। କିନ୍ତୁ ରାଜ୍ୟ ସରକାର ଚାଷୀମାନଙ୍କ ସମସ୍ୟାକୁ ଗ୍ରହଣ କରିବା ପାଇଁ ପ୍ରସ୍ତୁତ ନାହାନ୍ତି।
ରାଜ୍ୟର ଚାଷୀ ସମୁଦାୟକୁ ପ୍ରତିଶ୍ରୁତିରେ ପୋତି ପକାଇ ଭୋଟ ହାତେଇବା ପରେ ଏବେ ଚାଷୀମାରଣ ନୀତି ଆପଣେଇଛନ୍ତି। ତେଣୁ ଏହି ନୀତି ବିରୋଧରେ ବିଜେଡି ପକ୍ଷରୁ ଏକ ବିଶାଳ ବିକ୍ଷୋଭ ଆୟୋଜନ କରାଯିବ।
ବିଜେଡି ସଭାପତିଙ୍କ ନିର୍ଦ୍ଦେଶକ୍ରମେ ଗତ ୨ ତାରିଖରୁ ରାଜ୍ୟର ବିଭିନ୍ନ ଜିଲାରେ ଚାଷୀଙ୍କୁ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଏହି ଅବସରରେ ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ଏବଂ ସଞ୍ଜୟ ଦାସବର୍ମା ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri