ଜମିରେ ପଚୁଛି ଧାନ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା ଅଫିସ,୯ା୯: ରାଜୁଆ ଓ ଦୟା ନଦୀରେ ବନ୍ୟା ଯୋଗୁ ଖୋର୍ଦ୍ଧା ଜିଲାର ଭୁବନେଶ୍ୱର, ବାଲିଅନ୍ତା, ବାଲିପାଟଣା, ଜଟଣୀ, ଖୋର୍ଦ୍ଧା ଏବଂ ବେଗୁନିଆ ବ୍ଲକ ଅଞ୍ଚଳରେ ହଜାର ହଜାର ଏକର ଚାଷଜମି ଜଳମଗ୍ନ ହେବା ସହ ୪୦ଗ୍ରାମ ପାଣିଘେରରେ ରହିଥିଲା। ଏହି ଅଞ୍ଚଳଗୁଡ଼ିକ ଧୀରେ ଧୀରେ ସ୍ବାଭାବିକ ସ୍ଥିତିକୁ ଫେରିବାରେ ଲାଗିଛି। ପାଣି ଖସିଯିବା ପରେ ଜମିରେ ଧାନ ପଚି ଶଢୁଥିବା ଦେଖିବାକୁ ମିଳିଛି। ପ୍ରଥମ ପର୍ଯ୍ୟାୟରେ ଏହି ୬ବ୍ଲକରେ ୭୬୯୪ହେକ୍ଟର ଚାଷଜମି କ୍ଷତି ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ବନ୍ୟାଜଳ ଛାଡିବା ପରେ ଚାଷୀମାନେ ଧାନ ବିଲକୁ ଦେଖି ମୁଣ୍ଡରେ ହାତଦେଇ ବସିଛନ୍ତି। କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାର ତୁରନ୍ତ କ୍ଷତିପୂରଣ ଦେବା ଲାଗି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀରଞ୍ଜନ ମଙ୍ଗରାଜ ଜିଲା ପ୍ରଶାସନ ନିକଟରେ ଦାବି କରିଛନ୍ତି।
କୃଷି ଅଧିକାରୀ ଭାସ୍କର ବାରିକଙ୍କ କହିବା ଅନୁଯାୟୀ, ପ୍ରଥମେ ଅଦିନିଆ ବର୍ଷା, ଅଗଷ୍ଟ ମାସରେ ଲଘୁଚାପ ଜନିତ ବର୍ଷା ପରେ ବନ୍ୟା ପରିସ୍ଥିତି ଯୋଗୁ ଜିଲାର ୬ଟି ବ୍ଲକର ଚାଷଜମି କ୍ଷତିଗ୍ରସ୍ତ ହୋଇଛି। ଚଳିତ ଖରିଫ ଚାଷରେ ୧ଲକ୍ଷ ୨୦ହଜାର ୧୫୦ହେକ୍ଟର ଚାଷଜମିରେ ଧାନ ଓ ଅଣଧାନ ଚାଷ ଲକ୍ଷ୍ୟ ରଖାଯାଇଛି। ସେଥିରୁ ୧ଲକ୍ଷ ୬୦ହଜାର ୫୦ହେକ୍ଟର ଚାଷଜମିର ଧାନ ଏବଂ ୧୪ହଜାର ଶହେ ହେକ୍ଟର ଚାଷଜମିରେ ପନିପରିବା ଚାଷ ରହିଛି। ଅଗଷ୍ଟ ୨୦ସୁଦ୍ଧା ୧ଲକ୍ଷ ୨ହଜାର ୩୭୯ ହେକ୍ଟର ଚାଷଜମିରେ ଧାନ ଏବଂ ୧୦ହଜାର ୮୪୬ହେକ୍ଟର ଜମିରେ ପନିପରିବା ମୋଟ ୧ଲକ୍ଷ ୧୩ହଜାର୨୨୫ ହେକ୍ଟର ଜମିରେ ଧାନ ଏବଂ ଅଣଧାନ ଚାଷ କାର୍ଯ୍ୟ ସରିଛି। ୯୫ପ୍ରତିଶତ କାର୍ଯ୍ୟ ସରିଛି। ବନ୍ୟାପାଣି ଦ୍ୱାରା ଧାନ ଫସଲ ପ୍ରଭାବିତ ହୋଇଥିବା ନଜରକୁ ଆସିଛି ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ମନୋଜ ପାଢୀ କହିଛନ୍ତି, ବନ୍ୟା ଯୋଗୁ ଜିଲାର ୬ବ୍ଲକର ୩୯ଗ୍ରାମ ପ୍ରଭାବିତ ହୋଇଛି। ୭୬୯୪ହେକ୍ଟର ଚାଷଜମିରେ କ୍ଷତି ଘଟିଛି। ସେଥିରୁ ବାଲିପାଟଣା ବ୍ଲକ ୨୬୮୦, ଖୋର୍ଦ୍ଧା ବ୍ଲକ ୨୨୮୦, ବେଗୁନିଆ ୧୩୪୯, ଜଟଣୀ ୮୭୫, ଭୁବନେଶ୍ୱର ବ୍ଲକ ୩୧୦ ଏବଂ ବାଲିଅନ୍ତା ବ୍ଲକର ୨ଶହ ହେକ୍ଟର ଚାଷଜମି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?