ରାସ୍ତାକଡ଼ ପାଉଁଶରେ ପଡି ଶିଶୁ ମୃତ୍ୟୁ ଘଟଣା: ଗିରଫ ହେଲେ ରାଇସ୍ ମିଲ୍ ମାଲିକ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ବଇପୁର ଗ୍ରାମରାଜଣେ ନାବାଳକ ଶିଶୁ ପ୍ରତ୍ୟୁଷ ଭଏନା(୧୧)ଙ୍କ ମୃତ୍ୟୁ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ହୋଇଛି। ପୋଲିସ୍ ଏହି ଘଟଣାରେ ନିଜ ପଟୁ ଏତଲା କରି ସମ୍ପୃକ୍ତ ରାଇସ୍ ମିଲର ମାଲିକଙ୍କୁ ବୁଧବାର ଗିରଫ କରିଛି।

ଗିରଫ ରାଇସ୍ ମିଲ୍ ମାଲିକମାନେ ହେଲେ, ସମ୍ବଲପୁର ଜିଲା ବୁର୍ଲା ଥାନା ବୁର୍ଲା ଏନଏସି ପାଖରେ ରହୁଥିବା ଅନିଲ ଅଗ୍ରୱାଲ (୫୫) ଏବଂ କ୍ଷେତରାଜପୁରର କହ୍ନେଇଲାଲ ଅଗ୍ରୱାଲ(୬୨) । ସେମାନଙ୍କ ବିରୋଧରେ ରୁଷୁଡା ପୋଲିସ୍ ଫାଣ୍ଡି ଅଧିକାରୀ ପ୍ରମୋଦ କୁମାର ସାହୁଙ୍କ ଏତଲାକ୍ରମେ ଭେଡେନ ଥାନାରେ ବିଏନଏସ୍- ୧୦୬(୧)ରେ ଏକ ମାମଲା (ନଂ-୮୪/୨୫) ରୁଜୁ ହୋଇଛି। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି।

ସୂଚନା ଅନୁଯାୟୀ, ଗତ ଫେବୃୟାରୀ ମାସ ୨୬ତାରିଖ ଉକ୍ତ ଗ୍ରାମର ପ୍ରତ୍ୟୁଷ ନାମକ ଶିଶୁ ଜଣକ ଗାଧୋଇବା ପାଇଁ ନିକଟସ୍ଥ ଏକ ନଈ ଝାଇଁଯୋରକୁ ସାଇକେଲ ଯୋଗେ ଯାଉଥିଲେ। ସେ ଯିବା ବାଟରେ ରାସ୍ତା କଡ଼ରେ ପଡିଥିବା ରାଇସମିଲରୁ ନିଷ୍କାସିତ ପାଉଁଶ ଗୁଣ୍ଡ ଉପରେ ପଡି ଯାଇ ଗୁରୁତର ଆହତ ହୋଇଥିଲେ । ତାଙ୍କ ଦୁଇ ଗୋଡ଼ ଓ ହାତ ଗୁରୁତର ଭାବେ ପୋଡ଼ି ଯାଇଥିଲା l

ଲୋକେ ତାଙ୍କୁ ଉଦ୍ଧାର କରି ଭୁମିକାରେ, ବୁର୍ଲା ହସ୍ପିଟାଲକୁ ନେଇଥିଲେ l ଗତ ୯ ତାରିଖରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସେଠାରେ ଗତ ୧୨ତାରିଖ ତାଙ୍କ ଜୀବନ ଚାଲି ଯାଇଥିଲା। ଏହି ଘଟଣା ଏଠାରେ ଆଲୋଡନ ସୃଷ୍ଟି କରିଥିବାବେଳେ ସମ୍ପୃକ୍ତ ରାଇସ୍ ମିଲ୍ ମାଲିକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଭିନ୍ନ ମହଲରେ ଦାବି ହୋଇଥିଲା। ଏପରିକି ରିଇସ୍ ମିଲ୍ ଆଗରେ ମୃତ ଶିଶୁର ଶବ ରଖି ସ୍ଥାନୀୟ ଲୋକେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?