ରାଇସ୍‌ ମିଲ୍‌ କରୁଛି ପ୍ରଦୂଷଣ: ମିଲ୍‌ ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଛତୁ ଫୁଟିଲା ଭଳି ରାଇସ୍‌ ମିଲ୍‌ ଗଢ଼ି ଉଠୁଛି। କେତେକ ରାଇସ୍‌ ମିଲ୍‌ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ଗାଇଡଲାଇନ୍‌ ମାନୁ ନ ଥିବା ଯୋଗୁ ପ୍ରଦୂଷଣ ବଢ଼ି ଚାଲିଛି। ଅନ୍ୟପଟେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ଲୋକଦେଖାଣିଆ ଭାବେ କେତେକ ନିର୍ଦ୍ଦିଷ୍ଟ ରାଇସ୍‌ ମିଲ୍‌ ମାଲିକଙ୍କୁ ନୋଟିସ୍‌ ଜାରି କରି ହାତ ବାନ୍ଧି ବସିଛି। ଏହା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି । ଶନିବାର ବରଗଡ଼ ଜିଲା ଭଡ଼ିଗାଁ ନିକଟ ଲୋହିଣିପଦରସ୍ଥିତ ଏକ ରାଇସ୍‌ ମିଲ୍‌ ଉମାଶଙ୍କର ଫୁଡ୍‌ ପ୍ରଡ଼କ୍ଟସ୍‌କୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ସମ୍ବଲପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଅନୁରୂପ ଏକ କାରଣ ଦର୍ଶାୟ ନୋଟିସ୍‌ ଜାରି କରାଯାଇଛି । ୧୫ଦିନ ମଧ୍ୟରେ ସ୍ପଷ୍ଟୀକରଣ ନ ମିଳିଲେ ସମ୍ପୃକ୍ତ ରାଇସ୍‌ ମିଲ୍‌ ବିରୋଧରେ ବନ୍ଦ ନୋଟିସ୍‌ ଜାରି କରାଯିବ ବୋଲି କୁହାଯାଇଛି।
ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼, ସମ୍ବଲପୁର ଆଞ୍ଚଳିକ କାର୍ଯ୍ୟାଳୟର ପତ୍ରସଂଖ୍ୟା-୫୦୨ ତା-୨୯।୧।୨୦୨୧ରେ ଉଲ୍ଲେଖ ରହିଛି, ଉକ୍ତ ରାଇସ୍‌ ମିଲ୍‌ ଚଳାଇବା ପାଇଁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ପକ୍ଷରୁ ଦିଆଯାଇଥିବା ଅନୁମତିର ଅବଧି ୨୦୨୫ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରହିଛି । ତେବେ ଅନୁମତି ପ୍ରଦାନ ସମୟରେ ଯେଉଁ ସର୍ତ୍ତ ରଖାଯାଇଥିଲା, ସମ୍ପୃକ୍ତ ରାଇସ୍‌ ମିଲରେ ଉଲ୍ଲଂଘନ କରାଯାଇଛି । ଗତ ୨୦ତାରିଖରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ଜଣେ ଅଧିକାରୀ ଡଃ ଏସ. ଏନ୍‌ ପଣ୍ଡା ଉକ୍ତ ମିଲ୍‌କୁ ନିରୀକ୍ଷଣରେ ଯାଇଥିଲେ। ସେହି ସମୟରେ ମିଲ୍‌ରେ ଧୂଆଁ ତଥା ବର୍ଜ୍ୟବସ୍ତୁ ନିଷ୍କାସନ ବ୍ୟବସ୍ଥା ଠିକ୍‌ ନ ଥିବା ଜଣାପଡ଼ିଥିଲା। ଏହା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ଗାଇଡ୍‌ଲାଇନ୍‌କୁ ଅବମାନନା କରୁଥିବା ଯୋଗୁ ଆସନ୍ତା ୧୫ଦିନ ମଧ୍ୟରେ ସ୍ପଷ୍ଟୀକରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମ୍ପର୍କରେ ବରଗଡ଼ ଜିଲାପାଳ ଏବଂ ଜିଲା ଯୋଗାଣ ଅଧିକାରୀଙ୍କୁ ସୂଚୀତ କରାଯାଇଥିବା ନୋଟିସରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri