ରାଇସ୍‌ମିଲରେ ଘୋଟାଲା ଘଟଣା: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଚ୍ଛିତ ଧାନ ଚାଉଳକୁ…

ପୁରୁଷୋତ୍ତମପୁର,୩୦ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଳକ ବାଲିଆ ଗ୍ରାମରେ ମା’ ତାରିଣୀ ରାଇସ୍‌ ମିଲରେ ହୋଇଥିବା ଘୋଟାଲା ଓ ଜିଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଜାଲ୍‌ ଡିଜିଟାଲ ଦସ୍ତଖତକୁ ନେଇ ଦୀର୍ଘ ଏକମାସରୁ ଊର୍ଦ୍ଧ୍ୱ ହେଲା ଖୋଳତାଡ଼ ଲାଗିରହିଥିବା ବେଳେ ଏହା ସମଗ୍ର ଗଞ୍ଜାମ ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ଗଚ୍ଛିତ ଧାନ ଚାଉଳକୁ ଫିଜିକାଲି ଭେରିଫିକେସନ କରିବାରେ ମିଲ୍‌ମାଲିକ ବାରମ୍ବାର ଅସହଯୋଗ କରିବାକୁ ନେଇ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ ଶନିବାର ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ଓ ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀଙ୍କ ତତ୍ତ୍ୱାବଧାନରେ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାୟଙ୍କ ସମେତ ଯୋଗାଣ ବିଭାଗ ଓ ଅନ୍ୟ ବିଭାଗୀୟ ୧୬ ଜଣ କର୍ମଚାରୀଙ୍କୁ ନେଇ ଗଠିତ ଦୁଇଟି ସ୍ବତନ୍ତ୍ର ଟିମ୍‌ ମିଲ୍‌ ଓ ଗୋଦାମରେ ଏକକାଳୀନ ଚଢ଼ାଉ କରିଥିଲେ। ଏଥିରେ ଗଚ୍ଛିତ ଭାବେ ରହିଥିବା ଧାନଚାଉଳର ମାନକୁ ଯାଞ୍ଚ କରିଥିଲେ। ଏହାସହ ଏହି ଗଚ୍ଛିତ ଧାନ, ଚାଉଳ ଓ ଅଖାକୁ ପୁରୁଷୋତ୍ତମପୁର, କବିସୂର୍ଯ୍ୟନଗର ଓ ଖଲ୍ଲିକୋଟ ବ୍ଲକର ୨୦ଟି ମିଲ୍‌କୁ ୭ ଦିନ ମଧ୍ୟରେ ହସ୍ତାନ୍ତର କରାଯିବା ନେଇ ଜିଲା ଯୋଗାଣ ଅଧିକାରୀ କହି ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ମା’ ତାରିଣୀ ରାଇସ୍‌ ମିଲ୍‌ ସରକାରଙ୍କୁ ବାକି ଥିବା ଧାର୍ଯ୍ୟ ପରିମାଣ ଧାନ ଓ ଚାଉଳ ଗୋଦାମରେ ଷ୍ଟକର ଯାଞ୍ଚରେ ଅସହଯୋଗ କରିବାକୁ ନେଇ ଗତ ୭ ତାରିଖରେ ୨ଟି ଗୋଦାମକୁ ଜଉମୁଦ ଦେଇ ସିଲ୍‌ କରାଯାଇଥିଲା। ପୁଣି ଗତ ୧୯ ତାରିଖରେ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ତହସିଲଦାର, ପୋଲିସ ଓ ଜିଲା ଯୋଗାଣ ଅଧିକାରୀ ତଦନ୍ତରେ ଆସିଥିଲେ ମଧ୍ୟ ମିଲରଙ୍କ ଅସହଯୋଗରୁ ଜଉମୁଦ ସିଲ୍‌ ଖୋଲି ପେପର ସିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?