ଖାର ପାଣିରେ ସିଝୁନି ଡାଲି, ଚାଉଳ

ବାଙ୍କୀ,୨୪ା୭(ଜ୍ଞାନେନ୍ଦ୍ର ମୋହନ ମିଶ୍ର): ବାଙ୍କୀ ବ୍ଲକ ବଳଭଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ଗଉଡଛେଲି ଗ୍ରାମରେ ପାଣିରେ ଡାଲି, ଚାଉଳ ସିଝୁନାହିଁ। ଏପରିକି ପାଣି ପାନୀୟ ଉପଯୋଗୀ ମଧ୍ୟ ହୋଇପାରୁନାହିଁ। ଏଠାକାର କୂପ ଓ ନଳକୂପର ଜଳ କ୍ଷାରିଆ ହୋଇଥିବା ଯୋଗୁ ଏଭଳି ସମସ୍ୟା ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ପଶ୍ଚିମ ବାଙ୍କୀ ଉନ୍ନୟନ ପରିଷଦ ତରଫରୁ ବାଙ୍କୀ ବିଡିଓଙ୍କୁ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗ ଅନୁଯାୟୀ, ଗଉଡଛେଲି ଗ୍ରାମର ମହାନ୍ତି ସାହି, ଚଷା ସାହି, ମାଳିସାହି, କୈବର୍ତ୍ତ ସାହି, ଧୋବା ସାହି ଓ ଗୋଖା ସାହିର ଲୋକମାନେ ରୋଷେଇ ଓ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ପାଇପ୍‌ ଯୋଗେ ଯୋଗାଇ ଦିଆଯାଉଥିବା ଜଳ ଠିକ୍‌ରେ ଆସୁନାହିଁ। ଜଳର ଷ୍ଟାଣ୍ଡ ପଏଣ୍ଟରୁ ୪ଫୁଟ ଗଭୀରକୁ ଗାତ ଖୋଳିଲେ ମଧ୍ୟ ପାଣି ବାହାରୁ ନାହିଁ। ଏସବୁ ସମସ୍ୟାର ସମାଧାନ ପାଇଁ ୨୦୨୨ଏପ୍ରିଲ୍‌ ୩୦ରେ ଗଉଡଛେଲିରେ ପାନୀୟ ଜଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ମାତ୍ର ଏପର୍ଯ୍ୟନ୍ତ ତାହା କାର୍ଯ୍ୟକାରୀ ହୋଇପାରିନାହିଁ। ଫଳରେ ଅଞ୍ଚଳବାସୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ପ୍ରକଳ୍ପ ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ ହୋଇଥିଲେ ମଧ୍ୟ ଗ୍ରାମବାସୀଙ୍କ କାମରେ ଲାଗୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଜନସାଧାରଣଙ୍କ ସୁବିଧା ନିମନ୍ତେ ତୁରନ୍ତ ବିକଳ୍ପ ବ୍ୟବସ୍ଥା କରିବା ପାଇଁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri