ଖାର ପାଣିରେ ସିଝୁନି ଡାଲି, ଚାଉଳ

ବାଙ୍କୀ,୨୪ା୭(ଜ୍ଞାନେନ୍ଦ୍ର ମୋହନ ମିଶ୍ର): ବାଙ୍କୀ ବ୍ଲକ ବଳଭଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ଗଉଡଛେଲି ଗ୍ରାମରେ ପାଣିରେ ଡାଲି, ଚାଉଳ ସିଝୁନାହିଁ। ଏପରିକି ପାଣି ପାନୀୟ ଉପଯୋଗୀ ମଧ୍ୟ ହୋଇପାରୁନାହିଁ। ଏଠାକାର କୂପ ଓ ନଳକୂପର ଜଳ କ୍ଷାରିଆ ହୋଇଥିବା ଯୋଗୁ ଏଭଳି ସମସ୍ୟା ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ପଶ୍ଚିମ ବାଙ୍କୀ ଉନ୍ନୟନ ପରିଷଦ ତରଫରୁ ବାଙ୍କୀ ବିଡିଓଙ୍କୁ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗ ଅନୁଯାୟୀ, ଗଉଡଛେଲି ଗ୍ରାମର ମହାନ୍ତି ସାହି, ଚଷା ସାହି, ମାଳିସାହି, କୈବର୍ତ୍ତ ସାହି, ଧୋବା ସାହି ଓ ଗୋଖା ସାହିର ଲୋକମାନେ ରୋଷେଇ ଓ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ପାଇପ୍‌ ଯୋଗେ ଯୋଗାଇ ଦିଆଯାଉଥିବା ଜଳ ଠିକ୍‌ରେ ଆସୁନାହିଁ। ଜଳର ଷ୍ଟାଣ୍ଡ ପଏଣ୍ଟରୁ ୪ଫୁଟ ଗଭୀରକୁ ଗାତ ଖୋଳିଲେ ମଧ୍ୟ ପାଣି ବାହାରୁ ନାହିଁ। ଏସବୁ ସମସ୍ୟାର ସମାଧାନ ପାଇଁ ୨୦୨୨ଏପ୍ରିଲ୍‌ ୩୦ରେ ଗଉଡଛେଲିରେ ପାନୀୟ ଜଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ମାତ୍ର ଏପର୍ଯ୍ୟନ୍ତ ତାହା କାର୍ଯ୍ୟକାରୀ ହୋଇପାରିନାହିଁ। ଫଳରେ ଅଞ୍ଚଳବାସୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ପ୍ରକଳ୍ପ ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ ହୋଇଥିଲେ ମଧ୍ୟ ଗ୍ରାମବାସୀଙ୍କ କାମରେ ଲାଗୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଜନସାଧାରଣଙ୍କ ସୁବିଧା ନିମନ୍ତେ ତୁରନ୍ତ ବିକଳ୍ପ ବ୍ୟବସ୍ଥା କରିବା ପାଇଁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ସାମୂହିକ ସଂକଳ୍ପ: ସାମିଲ ହେଲେ…

ଛତ୍ରପୁର, ୨୬।୬ (ଦିଲ୍ଲୀପ ସାମଲ): ଅନ୍ତର୍ଜାତୀୟ ନିଶା ନିବାରଣ ଓ ଅବୈଧ ତସକରି ବିରୋଧ ଦିବସ-୨୦୨୬ ଅବସରରେ ଗଞ୍ଜାମ ଗିଲାରେ ଗତ ୧୭ ଜୁନରୁ ଆରମ୍ଭ ହୋଇଥିବା…

ଆଜି ପ୍ରଥମ ଟି୨୦: ଭାରତ-ଆୟର୍ଲାଣ୍ଡ ମୁକାବିଲା

ବେଲଫାଷ୍ଟ,୨୬ା୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଗୁରୁବାର ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ସହିତ ଶ୍ରେୟସ ଆୟାର ଅନ୍ତର୍ଜାତୀୟ…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା…

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

ଠିକ୍‌ ୪ଟା ବାଜିଲେ କାହିଁକି ହୁଏ ବର୍ଷା? ରହସ୍ୟ ଜାଣି ଚମକି ପଡିଲେ ବୈଜ୍ଞାନିକ

ବିଶ୍ୱ ଅନେକ ଅନନ୍ୟ ଏବଂ ଆଶ୍ଚର୍ଯ୍ୟଜନକ ପାଣିପାଗ ଘଟଣା ଦେଖିଥାଏ, କିନ୍ତୁ ବିଷୁବ ରେଖା ନିକଟରେ ଘଟୁଥିବା ଏକ ଘଟଣା ବୈଜ୍ଞାନିକ ଏବଂ ସାଧାରଣ ଲୋକଙ୍କୁ ଉଭୟଙ୍କୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri