ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର ୬ ଗୋଟି ପଞ୍ଚାୟତର ଶତାଧିକ ଚାଷୀ ଲାଞ୍ଜିଗଡ଼-ମୁନିଗୁଡ଼ା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ବର୍ତ୍ତମାନ ଏହି ମଣ୍ଡିରେ ୧ ହଜାର ୬୦୦ କୁଇଣ୍ଟାଲ ଧାନ ପଡିରହିଛି। ସୂଚନା ଅନୁସାରେ ଲାଞ୍ଜିଗଡ ସମବାୟ ସମିତି ଅଧୀନରେ ଥିବା ମଣ୍ଡିରେ ଚଳିତ ବର୍ଷ ଖରିଫ ଋତୁର ଧାନ ବିକିବା ପାଇଁ ୬ ଗୋଟି ପଞ୍ଚାୟତର ଚାଷୀ ପଞ୍ଜୀକୃତ କରିଥିଲେ। ଗତ ୨୦ ଡିସେମ୍ବରରେ ମଣ୍ଡି ଆରମ୍ଭ ହୋଇଥିଲା ବେଳେ ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଟୋକାନ ସମୟସୀମା ରହିଥିବା ୧୫୯ ଜଣ ଚାଷୀଙ୍କଠାରୁ ୬ ହଜାର ୧୧୫ କୁଇଣ୍ଟାଲ ଧାନ କ୍ରୟ କରାଯାଇଥିଲା। ଅବଶିଷ୍ଟ ୨୫୦ ଚାଷୀଙ୍କ ମଧ୍ୟରୁ ୨୨ ଜଣ ଚାଷୀଙ୍କ ୧ ହଜାର ୬୦୦ କୁଇଣ୍ଟାଲ ଧାନ ଏବେ ମଣ୍ଡିରେ ପଡିରହିଛି। ଅଧିକାଂଶ ଚାଷୀଙ୍କ ଟୋକନ ସମୟ ସୀମା ୨ ରୁ ୪ଦିନ ମଧ୍ୟରେ ଶେଷ ହେବାକୁ ଯାଉଛି। ଦୀର୍ଘଦିନ ହେଲା ଶୀତକାକରରେ ମଣ୍ଡିରେ ପଡି ରହିଛନ୍ତି ଚାଷୀ। ଟାର୍ଗେଟ ଥାଇ ମଧ୍ୟ ମିଲର୍ସମାନେ ମଣ୍ଡିରୁ ଧାନ ଉଠାଉ ନାହାନ୍ତି। ଏହାକୁ ନେଇ ଚାଷୀମାନେ ସକାଳୁ ୭ଟାରୁ ୧୨ ଘଣ୍ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହନ ଅଟକି ରହିଥିବା ବେଳେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଲାଞ୍ଜିଗଡ ପୋଲିସ ଏସ୍‌ଆଇ ଡୋଳାମଣି ବିଶି ଘଟଣାସ୍ଥଳରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ଚାଷୀ, ଲାଞ୍ଜିଗଡ ସମବାୟ ସମିତି ଓ ମିଲର୍ସଙ୍କ ସହିତ ଆଲୋଚନା କରି ଆସନ୍ତା ୪ ଦିନ ମଧ୍ୟରେ ଧାନ ଉଠାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହାପରେ ଚାଷୀ ଆନ୍ଦୋଳନ ପ୍ରତ୍ୟାହାର କରିଥିଲେ। ପରେ ଉକ୍ତ ରାସ୍ତାରେ ଯାତାୟାତ ସ୍ବାଭାବିକ ହୋଇଥିଲା। ଆସନ୍ତା ୪ ଦିନ ମଧ୍ୟରେ ଧାନ ଉଠା ନ ଗଲେ ପୁଣି ରାଜରାସ୍ତାକୁ ଓଲାଇବେ ବୋଲି ସମ୍ପୃକ୍ତ ଚାଷୀମାନେ ଚେତାବନୀ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri