Posted inରାଜ୍ୟ

ଗତବର୍ଷ ତୁଳନାରେ ୨୨ ପ୍ରତିଶତ ବଢ଼ିଲା ଧାନ ସଂଗ୍ରହ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦ୍ବାରା ରାଜ୍ୟରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ଚାଲିଥିବା ବେଳେ ରବିବାର ସୁଦ୍ଧା ମୋଟ ୩୫ ଲକ୍ଷ ୬ ହଜାର ୧୮୩ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ କରାଯାଇଛି। ଏହା ଗତବର୍ଷ ବର୍ତ୍ତମାନ ସୁଦ୍ଧା ସଂଗ୍ରହ ହୋଇଥିବା ଖରିଫ ଧାନ ତୁଳନାରେ ୨୨ ପ୍ରତିଶତ ଅଧିକ। ଗତବର୍ଷ ଏହି ତାରିଖରେ ମୋଟ ୨୮ ଲକ୍ଷ ୮୧ ହଜାର ୪୭୫ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ହୋଇଥିଲା। ନାମ ପଞ୍ଜୀକରଣ କରିଥିବା ଚାଷୀମାନେ ଯେପରି ସହଜରେ ଓ ସୁବିଧାରେ ପ୍ୟାକ୍ସ/ଲ୍ୟାମ୍ପସ୍‌/ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକରେ ସେମାନଙ୍କ ଧାନ ବିକ୍ରି କରିପାରିବେ, ସେଥିଲାଗି ବିଭାଗୀୟ ଅଧିକାରୀମାନେ ସମସ୍ତ ପଦକ୍ଷେପ ନେବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗ ଦ୍ବାରା ନାମ ପଞ୍ଜୀକରଣ କରିଥିବା ଚାଷୀଙ୍କ ଠାରୁ ପି- ପାସ୍‌ ଓ ଆଗୁଆ ଟୋକେନ୍‌ ପ୍ରଦାନ ମାଧ୍ୟମରେ ଖରିଫ ଧାନ ସଂଗ୍ରହ କରାଯାଉଛି। ଏହା ସହିତ କୋଭିଡ୍‌-୧୯ ସ୍ଥିତିରେ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ମାର୍ଗଦର୍ଶିକା ଓ ସାମାଜିକ ଦୂରତ୍ବକୁ ଅନୁପାଳନ କରି ଧାନ ସଂଗ୍ରହ କରାଯାଉଛି। ଚଳିତ ଖରିଫରେ ଏ ପର୍ଯ୍ୟନ୍ତ ଅଧିକ ଧାନ ସଂଗ୍ରହ ହୋଇଥିବା ଜିଲଗୁଡ଼ିକ ମଧ୍ୟରେ ବରଗଡ଼ରେ ୬,୬୫,୦୪୮ ମେଟ୍ରିକ ଟନ ଧାନ ସଂଗ୍ରହ ହୋଇଛି। ଯାହା ଗତବର୍ଷ ଏହି ତାରିଖରେ ସଂଗୃହୀତ ଧାନ ତୁଳନାରେ ୧୩ ପ୍ରତିଶତ ଅଧିକ। ବଲାଙ୍ଗୀର ଜିଲାରେ ୨,୮୪,୪୯୩ ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଏହା ଗତବର୍ଷ ତୁଳନାରେ ୪୦ ପ୍ରତିଶତ ଅଧିକ। ସେହିପରି କଳାହାଣ୍ଡିରେ ୪,୧୨,୬୪୯ ମେଟ୍ରିକ ଟନ, କୋରାପୁଟରେ ୨,୧୧୨୧୭, ଗଞ୍ଜାମରେ ୧,୧୪,୩୨୫, ନବରଙ୍ଗପୁରରେ ୧,୩୫,୬୩୮, ନୂଆପଡ଼ାରେ ୧,୨୦,୯୦୭, ସମ୍ବଲପୁରରେ ୩,୩୭,୨୩୩ ଏବଂ ମାଲକାନଗିରିରେ ୧,୦୩,୦୮୨ ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଗତବର୍ଷ ଏହି ସମୟ ତୁଳନାରେ କଳାହାଣ୍ଡିରେ ୧୬ ପ୍ରତିଶତ, କୋରାପୁଟରେ ୧୭, ନବରଙ୍ଗପୁରରେ ୪୭, ନୂଆପଡ଼ାରେ ୩୩, ସମ୍ବଲପୁରରେ ୩୪, ସୁବର୍ଣ୍ଣପୁରରେ ୧୯, ସୁନ୍ଦରଗଡ଼ରେ ୨୭ ଓ ମାଲକାନଗିରିରେ ୧୭ ପ୍ରତିଶତ ଅଧିକ ଖରିଫ ଧାନ ସଂଗ୍ରହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri