ଥମୁନି ଧାନବିକ୍ରି ସମସ୍ୟା: ଧାନ ଉଠାଣ ଦାବି, ଚାଷୀଙ୍କ ବିକ୍ଷୋଭ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନବିକ୍ରି ସମସ୍ୟା ଥମିବାର ନାଁ ନେଉ ନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ ପଡ଼ି ରହିଛି। ମାତ୍ର ବିଭିନ୍ନ ଆଳ ଦେଖାଇ ତାକୁ ଉଠାଯାଉ ନାହିଁ। କେତେବେଳେ ଧାନର ଗୁଣମାନ ତ ଆଉକେବେ ଟାର୍ଗେଟ୍‌ ଅଭାବ ଦର୍ଶାଇ ସେଭଳି ପରିସ୍ଥିତି ସୃଷ୍ଟି କରାଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ସୋମବାର ଜିଲାର ଭେଡ଼େନ ବ୍ଲକ ଖୁଣ୍ଟପାଲି ମଣ୍ଡି ଉପରେ ନିର୍ଭରଶୀଳ ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ସେମାନେ ଧାନ ଉଠାଣ ଦାବିରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।
ସ୍ମାରକପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି, ଖୁଣ୍ଟଲିପାଲି ମାର୍କେଟ୍‌ ୟାର୍ଡ଼(ମଣ୍ଡି)ରୁ ସଂକ୍ରୀଡ଼ା ପ୍ରାଥମିକ କୃଷି ସମବାୟ ସଂସ୍ଥା(ପାକ୍ସ) ଜରିଆରେ ଧାନକିଣା ଚାଲିଛି। ତେବେ ଏହି ମଣ୍ଡିରେ ବିକ୍ରି ଅପେକ୍ଷାରେ ବହୁ ପରିମାଣରେ ଧାନ ପଡ଼ି ରହିଛି। ମାତ୍ର ମିଲର୍ସଙ୍କୁ ଧାନ ଉଠାଣ ଟାର୍ଗେଟ୍‌(ଆଲଟ୍‌ମେଣ୍ଟ) ମିଳୁ ନଥିବା ଦର୍ଶାଇ ଉକ୍ତ ମଣ୍ଡିରୁ ଧାନ କିଣାଯାଉ ନାହିଁ। ଫଳରେ ଚାଷୀଙ୍କୁ ମିଳିଥିବା ଟୋକନର ଧାନବିକ୍ରି ଅବଧି ସରି ଯାଉଥିବା ଚାଷୀମାନେ କହିଛନ୍ତି। ଏଭଳି ସ୍ଥିତିରେ ଚାଷୀମାନେ ଖରିଫ ଚାଷକାର୍ଯ୍ୟ ମଧ୍ୟ ଆରମ୍ଭ କରି ପାରୁ ନଥିବାବେଳେ ବର୍ଷାରେ ଧାନଭିଜି ନଷ୍ଟ ହୋଇ ବସୁଛି। ଫଳରେ ମଣ୍ଡିରେ ପଡ଼ିଥିବା ଧାନକୁ ତୁରନ୍ତ ଉଠାଇବାକୁ ଚାଷୀମାନେ ଦାବି କରିଛନ୍ତି। ଧିରେନ୍ଦ୍ରନାଥ ଦେବତା, ଜି. ଗୋବିନ୍ଦ, ବିକାଶ ବିଶି, ଗଜାନନ ଝାଙ୍କରଙ୍କ ସମେତ ଅନେକ ଚାଷୀ ଦାବିପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଚାଷୀନେତା ରମେଶ ମହାପାତ୍ର, ସୁରେଶ ନେକାଣ୍ଟି ସେଠାକୁ ପହଞ୍ଚି ଚାଷୀଙ୍କ ଦାବିକୁ ସମର୍ଥନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri