ଥମୁନି ଧାନବିକ୍ରି ସମସ୍ୟା: ଧାନ ଉଠାଣ ଦାବି, ଚାଷୀଙ୍କ ବିକ୍ଷୋଭ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନବିକ୍ରି ସମସ୍ୟା ଥମିବାର ନାଁ ନେଉ ନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ ପଡ଼ି ରହିଛି। ମାତ୍ର ବିଭିନ୍ନ ଆଳ ଦେଖାଇ ତାକୁ ଉଠାଯାଉ ନାହିଁ। କେତେବେଳେ ଧାନର ଗୁଣମାନ ତ ଆଉକେବେ ଟାର୍ଗେଟ୍‌ ଅଭାବ ଦର୍ଶାଇ ସେଭଳି ପରିସ୍ଥିତି ସୃଷ୍ଟି କରାଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ସୋମବାର ଜିଲାର ଭେଡ଼େନ ବ୍ଲକ ଖୁଣ୍ଟପାଲି ମଣ୍ଡି ଉପରେ ନିର୍ଭରଶୀଳ ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ସେମାନେ ଧାନ ଉଠାଣ ଦାବିରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।
ସ୍ମାରକପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି, ଖୁଣ୍ଟଲିପାଲି ମାର୍କେଟ୍‌ ୟାର୍ଡ଼(ମଣ୍ଡି)ରୁ ସଂକ୍ରୀଡ଼ା ପ୍ରାଥମିକ କୃଷି ସମବାୟ ସଂସ୍ଥା(ପାକ୍ସ) ଜରିଆରେ ଧାନକିଣା ଚାଲିଛି। ତେବେ ଏହି ମଣ୍ଡିରେ ବିକ୍ରି ଅପେକ୍ଷାରେ ବହୁ ପରିମାଣରେ ଧାନ ପଡ଼ି ରହିଛି। ମାତ୍ର ମିଲର୍ସଙ୍କୁ ଧାନ ଉଠାଣ ଟାର୍ଗେଟ୍‌(ଆଲଟ୍‌ମେଣ୍ଟ) ମିଳୁ ନଥିବା ଦର୍ଶାଇ ଉକ୍ତ ମଣ୍ଡିରୁ ଧାନ କିଣାଯାଉ ନାହିଁ। ଫଳରେ ଚାଷୀଙ୍କୁ ମିଳିଥିବା ଟୋକନର ଧାନବିକ୍ରି ଅବଧି ସରି ଯାଉଥିବା ଚାଷୀମାନେ କହିଛନ୍ତି। ଏଭଳି ସ୍ଥିତିରେ ଚାଷୀମାନେ ଖରିଫ ଚାଷକାର୍ଯ୍ୟ ମଧ୍ୟ ଆରମ୍ଭ କରି ପାରୁ ନଥିବାବେଳେ ବର୍ଷାରେ ଧାନଭିଜି ନଷ୍ଟ ହୋଇ ବସୁଛି। ଫଳରେ ମଣ୍ଡିରେ ପଡ଼ିଥିବା ଧାନକୁ ତୁରନ୍ତ ଉଠାଇବାକୁ ଚାଷୀମାନେ ଦାବି କରିଛନ୍ତି। ଧିରେନ୍ଦ୍ରନାଥ ଦେବତା, ଜି. ଗୋବିନ୍ଦ, ବିକାଶ ବିଶି, ଗଜାନନ ଝାଙ୍କରଙ୍କ ସମେତ ଅନେକ ଚାଷୀ ଦାବିପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଚାଷୀନେତା ରମେଶ ମହାପାତ୍ର, ସୁରେଶ ନେକାଣ୍ଟି ସେଠାକୁ ପହଞ୍ଚି ଚାଷୀଙ୍କ ଦାବିକୁ ସମର୍ଥନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri