ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକୃତ ହୋଇ ପାରି ନାହାନ୍ତି। ଆବଶ୍ୟକ କାଗଜାତ୍‌ ସହିତ ଆବେଦନ ସତ୍ତ୍ୱେ ପଞ୍ଜୀକୃତରୁ ବାଦ୍‌ ପଡ଼ିଥିବା ଯୋଗୁ ସମ୍ପୃକ୍ତ ଚାଷୀମାନଙ୍କୁ ଧାନବିକ୍ରି ଟୋକନ ମିଳିପାରି ନାହିଁ। ଫଳରେ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀଙ୍କ ଖରିଫ୍‌ ଧାନ ବିକ୍ରି କରି ପାରି ନାହାନ୍ତି ଏବଂ ବହୁବିଧ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଜିଲାର ଗାଇସିଲେଟ୍‌ ବ୍ଲକ ଅନ୍ତର୍ଗତ ନାଥପାଲି ଗ୍ରାମର ଜଣେ କ୍ଷୁଦ୍ରଚାଷୀ ପ୍ରସନ୍ନ କୁମ୍ଭାର ଏଭଳି ପରିସ୍ଥିତିରେ ପଡ଼ି ସରକାରୀ ସହାୟକ ମୂଲ୍ୟରେ ଧାନବିକ୍ରି କରି ନ ପାରିବା ଏବଂ ଅମଳ ୧୫ ବସ୍ତା ଧାନକୁ ଅନ୍ୟପାଖରେ ବନ୍ଧା ପକାଇବା ଭଳି ଏକ ଘଟଣା ସାମ୍ନାକୁ ଆସିଛି।
ସମ୍ପୃକ୍ତ ଚାଷୀ ପ୍ରସନ୍ନ କହିଛନ୍ତି, ଖରିଫ୍‌ରେ ସେ ପ୍ରାୟ ସାଢ଼େ ୩ ଏକର ଜମିରେ ଧାନଚାଷ କରିଥିଲେ। ଅଣଜଳସେଚିତ ଜମି ହୋଇଥିବା ଯୋଗୁ ଗଭୀର ନଳକୂପର ପାଣି ମାଧ୍ୟମରେ ସେହି ଚାଷ ହୋଇଥିଲା। ଚାଷ ସମୟରେ ବାରମ୍ବାର ବିଦ୍ୟୁତ କାଟ୍‌ କରାଯିବାରୁ ଫସଲ ସେତେ ଭଲ ହୋଇ ନ ଥିଲା। ତଥାପି କମ୍‌ ଧାନ ଅମଳ ହୋଇଥିଲା। ଫଳରେ ସେହି ଧାନ ବିକ୍ରି ପାଇଁ ନିର୍ଦ୍ଧାରିତ ସମୟରେ ସେ ସ୍ଥାନୀୟ ଡାଙ୍ଗବାହାଲ ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଆବେଦନ କରିଥିଲେ। ମାତ୍ର ଏପର୍ଯ୍ୟନ୍ତ ତାଙ୍କୁ ଧାନବିକ୍ରି ଟୋକନ ମିଳିପାରି ନାହିଁ। ଏ ନେଇ ସେ ସ୍ଥାନୀୟ ବିଭାଗୀୟ ଅଧିକାରୀଙ୍କଠାରୁ ଆରମ୍ଭ କରି ଉପଜିଲାପାଳ, ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇ ଅଭିଯୋଗ କରିଥଲେ। ମାତ୍ର କିଛି ସୁଫଳ ମିଳି ନ ଥିବା ପ୍ରସନ୍ନ କହିଛନ୍ତି।
ଅନ୍ୟପଟେ ଆସନ୍ତା ୨୬ରେ ପ୍ରସନ୍ନଙ୍କ ନାତୁଣୀଙ୍କ ବାହାଘର ଅଛି। ବାହାଘର ସମୟରେ ନାତୁଣୀଙ୍କୁ ଉପହାର ଦେବା ପାଇଁ ହାତରେ ଅର୍ଥାଭାବ ରହିଛି। ଫଳରେ ସେ ନିରୁପାୟ ହୋଇ ଶେଷରେ ସେ ଅନ୍ୟଜଣଙ୍କ ପାଖରେ ଅମଳ ହୋଇଥିବା ୧୫ ପ୍ୟାକେଟ୍‌ ଧାନକୁ ଅନ୍ୟଜଣଙ୍କ ପାଖରେ ୧୫ହଜାର ଟଙ୍କାରେ ବନ୍ଧା ପକାଇ ଦେଇଥିବା ପ୍ରସନ୍ନ କହିଛନ୍ତି। ଧାନବିକ୍ରି ଟୋକନ ଆସିଲେ ସେହିଧାନକୁ ଆଣି ଧାନକ୍ରୟ କେନ୍ଦ୍ରରେ ବିକିବେ ଏବଂ ୧୫ ହଜାର ଟଙ୍କା ପରିଶୋଧ କରିବେ ବୋଲି ପ୍ରସନ୍ନ ପ୍ରକାଶ କରିଛନ୍ତି। ତେବେ ଏ ସମ୍ପର୍କରେ ଡାଙ୍ଗବାହାଲ ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ ସୁଶିଲ ସାହୁଙ୍କୁ ପଚାରିବାରୁ ପ୍ରସନ୍ନ ଧାନବିକ୍ରି ପାଇଁ ପଞ୍ଜୀକରଣ କରିଥିଲେ। ତାଙ୍କ ଭଳି ଆହୁରି ଚାଷୀଙ୍କ ମଧ୍ୟ ସେଭଳି ଟୋକନ ଆସି ନ ଥିବା ସାହୁ କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?