କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ କୃଷି ବିଭାଗ ଜିଲାର ୨୮୦୦ ହେକ୍ଟର ଜମିର ଧାନ ଓ ଅଣଧାନ ଫସଲ ଏଥିରେ ପ୍ରଭାବିତ ହୋଇଥିବା ଆକଳନ କରିଛି। ମାତ୍ର ଫସଲ କ୍ଷତି ନେଇ ଚାଲିଥିବା ଯୁଗ୍ମ ତଦନ୍ତ ପରେ ଏହାର ପରିମାଣ ଆହୁରି ଅଧିକ ହେବ ବୋଲି ଅନୁମାନ କରାଯାଉଛି। ଅନ୍ୟପଟେ ଫସଲ କ୍ଷତି ପରେ ଜିଲାର ଚାଷୀମାନେ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ଫସଲ ଅମଳ ଆଶା ମଉଳି ଯାଇଥିବାବେଳେ ସରକାରୀ କ୍ଷତିପୂରଣ ସହାୟତାକୁ କ୍ଷତିଗ୍ରସ୍ତ ଚାଷୀମାନେ ଚାହିଁ ବସଛନ୍ତି। ଏହି କ୍ରମରେ ବୁଧବାର ବରଗଡ଼ ବ୍ଲକ ଅନ୍ତର୍ଗତ ବରଗାଁ, ସରଳା ଆଦି ଗ୍ରାମର କ୍ଷତିଗ୍ରସ୍ତ ଚାଷୀମାନେ ପ୍ରଭାବିତ ଫସଲର ନମୁନା ଧରି ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଥିଲେ। ଫସଲ କ୍ଷତି ବାବଦକୁ କ୍ଷତିପୂରଣ ସହାୟତା ପ୍ରଦାନ ଦାବିରେ ସେମାନେ ଜିଲାପାଳ ଗୋୟଲଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି, ଝଡ଼ବର୍ଷା ଓ କରାମାଡ଼ ଯୋଗୁ ସେମାନଙ୍କ ଉଭୟ ଧାନ ଓ ପରିବା ଫସଲ ନଷ୍ଟ ହୋଇଯାଇଛି। ପରିବା ଫସଲ ଧୂଳିସାତ୍‌ ହୋଇଯାଇଛି। ସେହିପରି ଧାନ ଗର୍ଭ ଅବସ୍ଥାରେ କେଣ୍ଡା ଧରୁଥିବାବେଳେ କରାମାଡ଼ ଯୋଗୁ ତାହା ଅଧିକ ପ୍ରଭାବିତ ହୋଇଛି। ଧାନକେଣ୍ଡାରୁ ଧାନ ବଦଳରେ ଅଗାଡ଼ି ବାହାରିବା ଏବେଠାରୁ ସ୍ପଷ୍ଟ ହୋଇଯାଇଛି। ଫଳରେ ଏଥର ଫସଲ ଭଲ ହୋଇଥିଲେ ହେଁ କରାମାଡ଼ ଯୋଗୁ ସେମାନେ ଅମଳ ଆଶା ହରାଇ ଦେଇଛନ୍ତି ବୋଲି ଚାଷୀମାନେ କହିଛନ୍ତି।
ଅଣଧାନ ତଥା ପରିବା ଫସଲ ମଧ୍ୟ ଅନୁରୂପ ଭାବେ ପ୍ରଭାବିତ ହୋଇଛି। ଲଙ୍କା, ବାଇଗଣ, ଟମାଟୋ, କଲରା ଆଦି ଫସଲ ନଷ୍ଟ ହୋଇଯାଇଛି। ତାହା ମଧ୍ୟ ଆଉ ଅମଳ ପରେ ବିକ୍ରି କରିବା ସମ୍ଭବ ନୁହେଁ ବୋଲି ଚାଷୀମାନେ କହିଛନ୍ତି। ଏଭଳି ସ୍ଥିତିରେ ଚାଷକାର୍ଯ୍ୟ ସମୟରେ ଫସଲ ପାଇଁ ଖର୍ଚ୍ଚ କରିଥିବା ଟଙ୍କା ଅସୁଲି ତ ଦୂରର କଥା, ପରିବାର ଗୁଜରାଣ ମେଣ୍ଟାଇବା ମଧ୍ୟ କଷ୍ଟସାଧ୍ୟ ହୋଇପଡ଼ିବ ବୋଲି ଚାଷୀମାନେ କହିଛନ୍ତି। ଫଳରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ଚାଷୀମାନେ ନିବେଦନ କରିଛନ୍ତି। ବରଗାଁର ଡାକ୍ତର ପ୍ରଧାନ, ରାଜେନ୍ଦ୍ର ଖମାରୀ, ସରଳାର ଦିଲୀପ ପ୍ରଧାନ, ପ୍ରମୋଦ ପ୍ରଧାନଙ୍କ ସମେତ ଶତାଧିକ ଚାଷୀ ଦାବିପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri