ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡିଥିବା ବେଳେ ୨୬ ନଂ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଥିଲା । ଫଳରେ ଉଭୟ ଆନ୍ଧ୍ର ଓଡ଼ିଶା ଅଭିମୁଖେ ଆସୁଥିବା ସମସ୍ତ ଯାନବାହନ ଅଟକି ରହିଥିଲା ।

ସୂଚନା ଅନୁସାରେ ଓଡ଼ିଶାର ଜୟପୁରରୁ ଏକ ଟ୍ରକ୍ ଚାଉଳ ଲୋଡ କରି ଆନ୍ଧ୍ର ଅଭିମୁଖେ ଯାଉଥିବା ସମୟରେ ସାଲୁର୍ ଘାଟର ଏକ ବୁଲାଣିଆ ରାସ୍ତାରେ ଭାରସାମ୍ୟ ହରାଇ ରାତି ପ୍ରାୟ ୧୨ଟା ସମୟରେ ଓଲଟି ପଡିଥିଲା । ଯାହାଫଳରେ ରାତିରୁ ମଙ୍ଗଳବାର ସକାଳ ୦୭ଟା ପର୍ଯ୍ୟନ୍ତ କୈଣସି ଗାଡ଼ି ଚଳାଚଳ ହୋଇ ନଥିଲା । ଖବରପାଇ ଆନ୍ଧ୍ର ରାଜ୍ୟର ପାସପେଣ୍ଡା ପୋଲିସ୍ ୮ ଟା ବେଳେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଟ୍ରକକୁ ହଟାଇବା ପାଇଁ ଉଦ୍ୟମ ଆରମ୍ଭ କରିଥିଲେ । ହେଲେ ବିଳମ୍ବରେ ପୋଲିସ ପହଞ୍ଚିବା କାରଣରୁ ରାସ୍ତାରେ ଅଟକି ରହିଥିବା ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଦୀର୍ଘ ୬ ଘଣ୍ଟା ପରେ ରାସ୍ତା ଜାମ୍ ହଟିଛି । ବର୍ତ୍ତମାନ ଯାନବାହାନ ଚଳାଚଳ ସ୍ବାଭାବିକ ହୋଇପାରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri