ଜାନୁୟାରୀ ଶେଷରୁ ଗଞ୍ଜାମରେ କିଣାଯିବ ଧାନ: ଜିଲାପାଳ

ଛତ୍ରପୁର,୨୯ା୮(ଡି.ଏନ୍‌.ଏ.): ଆସନ୍ତା ବର୍ଷ ଜାନୁୟାରୀ ଶେଷରୁ ମାର୍ଚ୍ଚ ୩୧ ମଧ୍ୟରେ ଗଞ୍ଜାମ ଜିଲାର ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିବ। ଏହାକୁ ଦୃଷ୍ଟିରେ ରଖି ଚାଷୀ ଯେପରି ସଂଘର୍ଷମୁକ୍ତ ହୋଇ ଧାନ ବିକ୍ରୟ କରିପାରିବେ ସେ ଦିଗରେ ସମସ୍ତ ଚୂଡ଼ାନ୍ତ ପ୍ରକ୍ରିୟା କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁତ୍ୱାରୋପ କରିଛନ୍ତି। ଧାନ ସଂଗ୍ରହ ପ୍ରକ୍ରିୟାରେ ଯେପରି କୌଣସି ତ୍ରୁଟି ରହିବନି ଏବଂ କୌଣସି ସମସ୍ୟା ଦେଖାଯିବ ନାହିଁ ସେ ଦିଗରେ ସଜାଗ ହେବାକୁ ସମସ୍ତ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଶନିବାର ଅନୁଷ୍ଠିତ ଭିଡିଓ କନ୍‌ଫରେନ୍ସିଂ ବୈଠକରେ ଜିଲାପାଳ ଜଣାଇଛନ୍ତି।
ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ଚାଷୀମାନଙ୍କର ପଞ୍ଜୀକରଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ କହିଥିଲେ। ବିଗତ ବର୍ଷ ଖରିଫ ଧାନ ନିମନ୍ତେ ଜିଲାର ୧ଲକ୍ଷ ୩୪ ହଜାର ୪୬୨ ଜଣ ଚାଷୀ ପଞ୍ଜୀକରଣ କରିଥିଲେ। ଚଳିତ ବର୍ଷର ଖରିଫ ଧାନ ନିମନ୍ତେ ଏଯାବତ୍‌ ୧ଲକ୍ଷ ୩ ହଜାର ୯୦୯ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି। ଯାହାକି ଶତକଡ଼ା ୭୭ ପ୍ରତିଶତ। ଯେଉଁ ବ୍ଲକରେ ପଞ୍ଜୀକରଣ ସଂଖ୍ୟା କମିଯାଇଛି ୩ ଦିନ ମଧ୍ୟରେ ଶେଷ କରିବାକୁ କୁହାଯାଇଛି। କରୋନା ପରିସ୍ଥିତିରେ କୃଷିକାର୍ଯ୍ୟକୁ ବାଦ୍‌ ଦେଇ ସବୁ କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। ଧାନ ସଂଗ୍ରହ ପ୍ରକ୍ରିୟା ବେଳେ ସାମାଜିକ ଦୂରତ୍ୱ ଯେପରି ବଜାୟ ରହିବ ସେ ଦିଗରେ ସଜାଗ ରହିବାକୁ କହିଥିଲେ। ସୋସିଆଲ ମିଡିଆ ମାଧ୍ୟମରେ ବହୁଳ ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦେବା ପାଇଁ ଜିଲାପାଳ ଜଣାଇଥିଲେ। ଭିଡିଓ କନ୍‌ଫରେନ୍ସିଂରେ ଅତିରିକ୍ତ ଜିଲାପାଳ ଅମୀୟ କୁମାର ସାହୁ, ଉପଜିଲାପାଳ ଛତ୍ରପୁର ପ୍ରିୟରଞ୍ଜନ ପୃଷ୍ଟି, ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଉମାଶଙ୍କର ପତି, ଅତିରିକ୍ତ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ମହାନ୍ତି, ଯୋଗାଣ ଅଧିକାରୀ ପୁଷା ମୁଣ୍ଡା, ସମବାୟ ଉପନିବନ୍ଧକ ବ୍ରହ୍ମପୁର ଡିଭିଜନ ବିଶ୍ବରଞ୍ଜନ ଦାଶ, ଏଆର୍‌ସିଏସ ସୁକାନ୍ତ କୁମାର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri