ଜାନୁୟାରୀ ଶେଷରୁ ଗଞ୍ଜାମରେ କିଣାଯିବ ଧାନ: ଜିଲାପାଳ

ଛତ୍ରପୁର,୨୯ା୮(ଡି.ଏନ୍‌.ଏ.): ଆସନ୍ତା ବର୍ଷ ଜାନୁୟାରୀ ଶେଷରୁ ମାର୍ଚ୍ଚ ୩୧ ମଧ୍ୟରେ ଗଞ୍ଜାମ ଜିଲାର ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିବ। ଏହାକୁ ଦୃଷ୍ଟିରେ ରଖି ଚାଷୀ ଯେପରି ସଂଘର୍ଷମୁକ୍ତ ହୋଇ ଧାନ ବିକ୍ରୟ କରିପାରିବେ ସେ ଦିଗରେ ସମସ୍ତ ଚୂଡ଼ାନ୍ତ ପ୍ରକ୍ରିୟା କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁତ୍ୱାରୋପ କରିଛନ୍ତି। ଧାନ ସଂଗ୍ରହ ପ୍ରକ୍ରିୟାରେ ଯେପରି କୌଣସି ତ୍ରୁଟି ରହିବନି ଏବଂ କୌଣସି ସମସ୍ୟା ଦେଖାଯିବ ନାହିଁ ସେ ଦିଗରେ ସଜାଗ ହେବାକୁ ସମସ୍ତ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଶନିବାର ଅନୁଷ୍ଠିତ ଭିଡିଓ କନ୍‌ଫରେନ୍ସିଂ ବୈଠକରେ ଜିଲାପାଳ ଜଣାଇଛନ୍ତି।
ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ଚାଷୀମାନଙ୍କର ପଞ୍ଜୀକରଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ କହିଥିଲେ। ବିଗତ ବର୍ଷ ଖରିଫ ଧାନ ନିମନ୍ତେ ଜିଲାର ୧ଲକ୍ଷ ୩୪ ହଜାର ୪୬୨ ଜଣ ଚାଷୀ ପଞ୍ଜୀକରଣ କରିଥିଲେ। ଚଳିତ ବର୍ଷର ଖରିଫ ଧାନ ନିମନ୍ତେ ଏଯାବତ୍‌ ୧ଲକ୍ଷ ୩ ହଜାର ୯୦୯ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି। ଯାହାକି ଶତକଡ଼ା ୭୭ ପ୍ରତିଶତ। ଯେଉଁ ବ୍ଲକରେ ପଞ୍ଜୀକରଣ ସଂଖ୍ୟା କମିଯାଇଛି ୩ ଦିନ ମଧ୍ୟରେ ଶେଷ କରିବାକୁ କୁହାଯାଇଛି। କରୋନା ପରିସ୍ଥିତିରେ କୃଷିକାର୍ଯ୍ୟକୁ ବାଦ୍‌ ଦେଇ ସବୁ କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। ଧାନ ସଂଗ୍ରହ ପ୍ରକ୍ରିୟା ବେଳେ ସାମାଜିକ ଦୂରତ୍ୱ ଯେପରି ବଜାୟ ରହିବ ସେ ଦିଗରେ ସଜାଗ ରହିବାକୁ କହିଥିଲେ। ସୋସିଆଲ ମିଡିଆ ମାଧ୍ୟମରେ ବହୁଳ ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦେବା ପାଇଁ ଜିଲାପାଳ ଜଣାଇଥିଲେ। ଭିଡିଓ କନ୍‌ଫରେନ୍ସିଂରେ ଅତିରିକ୍ତ ଜିଲାପାଳ ଅମୀୟ କୁମାର ସାହୁ, ଉପଜିଲାପାଳ ଛତ୍ରପୁର ପ୍ରିୟରଞ୍ଜନ ପୃଷ୍ଟି, ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଉମାଶଙ୍କର ପତି, ଅତିରିକ୍ତ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ମହାନ୍ତି, ଯୋଗାଣ ଅଧିକାରୀ ପୁଷା ମୁଣ୍ଡା, ସମବାୟ ଉପନିବନ୍ଧକ ବ୍ରହ୍ମପୁର ଡିଭିଜନ ବିଶ୍ବରଞ୍ଜନ ଦାଶ, ଏଆର୍‌ସିଏସ ସୁକାନ୍ତ କୁମାର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri