ଜୁନ୍‌ ୩୦ ପର୍ଯ୍ୟନ୍ତ ଚାଷୀଙ୍କଠାରୁ ସଂଗ୍ରହ ହେବ ଧାନ

ବାଲେଶ୍ୱର ଅଫିସ, ୨୧।୫

ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍‌ଘାଟନ କରିଥିଲେ।
ପାଇଁ ଏହି ଧାନ ସଂଗ୍ରହ/କ୍ରୟ ପ୍ରକ୍ରିୟା ଜିଲାର ୧୦୯ଟି ମଣ୍ଡିରେ ଆସନ୍ତା ଜୁନ୍‌ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ। ଜିଲାର ମୋଟ୍‌ ୩୪ହଜାର ୮୮୧ଜଣ ଚାଷୀ ରବି ଧାନ ବିକ୍ରି ପାଇଁ ନାମ ପଞ୍ଜୀକରଣ କରିଛନ୍ତି ା
ଗତ ରବି ଋତୁରେ ଅମଳ ହୋଇଥିବା ଧାନକୁ ଚାଷୀମାନେ ନିକଟସ୍ଥ ମଣ୍ଡିରେ ବିକ୍ରି କରିପାରିବେ। ଧାନକ୍ରୟ କ୍ଷେତ୍ରରେ ସରକାରୀ ନିୟମର ଅନୁପାଳନ, ସମସ୍ତ ପର୍ଯ୍ୟାୟରେ ସ୍ବଚ୍ଛତା ଅବଲମ୍ବନ ସହିତ ଚାଷୀମାନଙ୍କ ସ୍ବାର୍ଥରକ୍ଷା ପାଇଁ ଜିଲାପାଳ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଜିଲାରେ ମୋଟ ୪ଲକ୍ଷ ୩୬ହଜାର ୭୬୪ କୁଇଣ୍ଟାଲ ଧାନ କ୍ରୟ ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳ ୨୨ଜଣ ମିଲର୍ସଙ୍କୁ ଏଥିରେ ସାମିଲ କରାଯାଇଛି ା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି ୧୯୪୦ ଟଙ୍କା ଧାର୍ଯ୍ୟ କରାଯାଇଛି। ସୁବ୍ୟବସ୍ଥିତ ଢଙ୍ଗରେ ଧାନ ସଂଗ୍ରହ ସହ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯେଭଳି ସିଧାସଳଖ ଟଙ୍କା ପହଞ୍ଚତ୍ପାରିବ ତାହା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଜିଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାଏଙ୍କ ସମେତ ଯୋଗାଣ ବିଭାଗ କର୍ମଚାରୀ, ସମବାୟ ସମିତିର କର୍ମକର୍ତ୍ତା ଓ ଚାଷୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri