ଜୁନ୍‌ ୩୦ ପର୍ଯ୍ୟନ୍ତ ଚାଷୀଙ୍କଠାରୁ ସଂଗ୍ରହ ହେବ ଧାନ

ବାଲେଶ୍ୱର ଅଫିସ, ୨୧।୫

ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍‌ଘାଟନ କରିଥିଲେ।
ପାଇଁ ଏହି ଧାନ ସଂଗ୍ରହ/କ୍ରୟ ପ୍ରକ୍ରିୟା ଜିଲାର ୧୦୯ଟି ମଣ୍ଡିରେ ଆସନ୍ତା ଜୁନ୍‌ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ। ଜିଲାର ମୋଟ୍‌ ୩୪ହଜାର ୮୮୧ଜଣ ଚାଷୀ ରବି ଧାନ ବିକ୍ରି ପାଇଁ ନାମ ପଞ୍ଜୀକରଣ କରିଛନ୍ତି ା
ଗତ ରବି ଋତୁରେ ଅମଳ ହୋଇଥିବା ଧାନକୁ ଚାଷୀମାନେ ନିକଟସ୍ଥ ମଣ୍ଡିରେ ବିକ୍ରି କରିପାରିବେ। ଧାନକ୍ରୟ କ୍ଷେତ୍ରରେ ସରକାରୀ ନିୟମର ଅନୁପାଳନ, ସମସ୍ତ ପର୍ଯ୍ୟାୟରେ ସ୍ବଚ୍ଛତା ଅବଲମ୍ବନ ସହିତ ଚାଷୀମାନଙ୍କ ସ୍ବାର୍ଥରକ୍ଷା ପାଇଁ ଜିଲାପାଳ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଜିଲାରେ ମୋଟ ୪ଲକ୍ଷ ୩୬ହଜାର ୭୬୪ କୁଇଣ୍ଟାଲ ଧାନ କ୍ରୟ ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳ ୨୨ଜଣ ମିଲର୍ସଙ୍କୁ ଏଥିରେ ସାମିଲ କରାଯାଇଛି ା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି ୧୯୪୦ ଟଙ୍କା ଧାର୍ଯ୍ୟ କରାଯାଇଛି। ସୁବ୍ୟବସ୍ଥିତ ଢଙ୍ଗରେ ଧାନ ସଂଗ୍ରହ ସହ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯେଭଳି ସିଧାସଳଖ ଟଙ୍କା ପହଞ୍ଚତ୍ପାରିବ ତାହା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଜିଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାଏଙ୍କ ସମେତ ଯୋଗାଣ ବିଭାଗ କର୍ମଚାରୀ, ସମବାୟ ସମିତିର କର୍ମକର୍ତ୍ତା ଓ ଚାଷୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri