Posted inଜାତୀୟ

ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରଙ୍କୁ ଦିଆଗଲା ଭାତ ସହ ଲଙ୍କାଗୁଣ୍ଡ

ହାଇଦ୍ରାବାଦ,୬।୮: ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ନେଇ ବିଭିନ୍ନ ରାଜ୍ୟରେ ମଧ୍ୟାହ୍ନ ଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଏହି ଯୋଜନା ଏବେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଘଟଣା ସାମ୍‌ନାକୁ ଆସୁଛି। ତେଲଙ୍ଗାନାର ନିଜାମାବାଦ ଜିଲା କୋଥାପାଲି ଗ୍ରାମରେ ଥିବା ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନରେ କେବଳ ଚିଲି ପାଉଡର ଏବଂ ତେଲରେ ମିଶ୍ରିତ ଭାତ ପରସାଯାଉଥିବା ଏକ ମାମଲା ପଦାକୁ ଆସିଛି।

ଏହା ଖାଇବା ପରେ କେତେକ ଛାତ୍ରୀଛାତ୍ର ପେଟ ଯନ୍ତ୍ରଣା ଅନୁଭବ କରିବା ସହ ଅସୁସ୍ଥ ହୋଇପଡ଼ିଥିବା ନେଇ ଅଭିଭାବକମାନେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ନିଜାମାବାଦ ଜିଲା ଶିକ୍ଷା ଅଧିକାରୀ(ଡିଇଓ) ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ତେବେ ଉକ୍ତ ଘଟଣାକୁ ନେଇ ରାଜ୍ୟରେ ବିରୋଧୀ ଭାରତ ରାଷ୍ଟ୍ରୀୟ ସମିତି (ବିଆର୍‌ଏସ୍‌)ରେବନ୍ତ ରେଡ୍ଡୀ ସରକାରଙ୍କୁ ଟାର୍ଗେଟ କରିଛି। ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଭାତ ସହ ଲଙ୍କା ଗୁଣ୍ଡ ପରସା ଯାଇଥିବାର ଏକ ଫଟୋକୁ ରାଜ୍ୟର ପୂର୍ବତନ ସ୍ବାାସ୍ଥ୍ୟ ମନ୍ତ୍ରୀ ତଥା ବିଆର୍‌ଏସ୍‌ ନେତା ହରିଶ୍‌ ରାଓ ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଏକ୍ସ’ରେ ପୋଷ୍ଟ କରିଛନ୍ତି, ଯାହା ବେଶ୍‌ ଭାଇରାଲ ହୋଇଛି।

ରାଜ୍ୟ ସରକାରଙ୍କ ଚରମ ଅବହେଳା ଯୋଗୁ ଛାତ୍ରୀଛାତ୍ରଙ୍କ ଜୀବନ ବିପଦରେ ପଡ଼ିଥିବା ସେ ଅଭିଯୋଗ କରିଛନ୍ତି। ବିଦ୍ୟାଳୟରେ ପିଲାମାନଙ୍କୁ ଗୁଣାତ୍ମକ ଖାଦ୍ୟ ଯୋଗାଇବାରେ କଂଗ୍ରେସ ସରକାର ବିଫଳ ହୋଇଛନ୍ତି ବୋଲି ପୂର୍ବତନ ମନ୍ତ୍ରୀ କେ.ଟି. ରାମା ରାଓ କହିଛନ୍ତି। ତୁରନ୍ତ ରାଜ୍ୟରେ ଥିବା ସମସ୍ତ ବିଦ୍ୟାଳୟର ସ୍ଥିତି ସମୀକ୍ଷା କରିବାକୁ ସେ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri