Posted inଫୁରସତ

ଆୟ ଶୂନ, ହେଲେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଚର୍ଚ୍ଚାରେ ଏହି ଯୁବତୀ; ପୁରା ଘଟଣା ଜାଣିଲେ…

ଦୁନିଆରେ ଏପରି ଅନେକ ଲୋକ ଅଛନ୍ତି ଯେଉଁମାନେ ବିଳାସପୂର୍ଣ୍ଣ ଜୀବନଯାପନ କରିବାକୁ ପସନ୍ଦ କରନ୍ତି। ସେମାନେ ଏଥିପାଇଁ ବହୁତ ଟଙ୍କା ମଧ୍ୟ ଖର୍ଚ୍ଚ କରିଥାନ୍ତି। ତେବେ ଏଭଳି ଜୀବନଯାପନ କରିବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡ଼ିଥାଏ। କିନ୍ତୁ, ଏପରି ଜଣେ ଝିଅ ଏବେ ଚର୍ଚ୍ଚାରେ ଯିଏ କଠିନ ପରିଶ୍ରମ ବିନା ବିଳାସପୂର୍ଣ୍ଣ ଜୀବନ ବିତାଉଛନ୍ତି। କହିପାରିବେ ଯେ ତାଙ୍କର ଆୟ ଶୂନ ଏବଂ ଖର୍ଚ୍ଚ କୋଟିରେ। ଏହି ବିଳାସପୂର୍ଣ୍ଣ ଜୀବନଶୈଳୀ ହେତୁ ଆଜିକାଲି ସୋସିଆଲ ମିଡିଆରେ ସେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି।

ଯୁବତୀଜଣଙ୍କ ହେଉଛନ୍ତି କାଲିଫର୍ନିଆର ୨୨ ବର୍ଷୀୟ ଓଶପ୍ରୀତ। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟିକଟକ୍‌ରେ @_ashhhhh__ ନାମରେ ଅଛନ୍ତି। ଓଶପ୍ରୀତ ଜଣେ କଲେଜ ଛାତ୍ରୀ। ହେଲେ ସେ କାମ କରନ୍ତି ନାହିଁ। ତଥାପି, ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରି ବିଳାସପୂର୍ଣ୍ଣ ଜୀବନଯାପନ କରିଥାନ୍ତି। ଓଶପ୍ରୀତ ଏହି ଟଙ୍କା ତାଙ୍କ ପିତାମାତାଙ୍କଠାରୁ ପାଇଥାନ୍ତି।
ସୋସିଆଲ ମିଡିଆରେ ସେ କହିଛନ୍ତି ଯେ ତାଙ୍କୁ ସୁପରକାରରେ ଯାତ୍ରା କରିବାକୁ ଭଲଲାଗେ। କେବଳ ଏତିକି ନୁହେଁ, ବେଳେବେଳେ ସେ ବ୍ୟକ୍ତିଗତ ଜେଟ୍‌ ଦ୍ୱାରା ମଧ୍ୟ ଯାତ୍ରା କରନ୍ତି।ତାଙ୍କର ଗ୍ୟାରେଜ୍‌ରେ ଫେରାରୀଠାରୁ ଆରମ୍ଭ କରି ଲମ୍ବୋର୍ଗିନି ପର୍ଯ୍ୟନ୍ତ ଦାମୀ ଗାଡ଼ି ରହିଛି। ଏହା ବ୍ୟତୀତ ସେ ଲୋକପ୍ରିୟ ବ୍ରାଣ୍ଡରୁ ପୋଷାକ ଶପିଂ କରିଥାନ୍ତି।

ନିକଟରେ ଏକ ଭିଲ୍ଲାରେ ଓଶପ୍ରୀତ ତାଙ୍କର ଜନ୍ମଦିନ ପାଳନ କରିଥିଲେ। ସେହି ସମୟରେ ସେ୧୦୦ ଆମେରିକୀୟ ଡଲାର ବେଲୁନ ଭିତରେ ଭର୍ତ୍ତି କରି ଆକାଶକୁ ଉଡାଇଥିଲେ। ଯେତେବେଳେ ବେଲୁନ ଫାଟିବ ସେତେବେଳେ ଟଙ୍କା ବିଛେଇ ହୋଇ ପଡ଼ିବ ବୋଲି ତାଙ୍କର ଯୋଜନା ଥିଲା। ଏହି ଅବସରରେ ସେ ନିଜର ବିଳାସମୟ ଜୀବନ ପାଇଁ ନିଜ ମାତାପିତାଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି। ଏଭଳି କଥା ଶୁଣିବା ପରେ ସୋସିଆଲ ମିଡିଆରେ କିଛି ଲୋକ ଓଶପ୍ରୀତଙ୍କୁ ପ୍ରଶଂସା କରୁଥିବା ବେଳେ କିଛି ଲୋକ ତାଙ୍କୁ ସମାଲୋଚନା କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri