ଅଲି ଫଜଲଙ୍କ ବଧୂ ସାଜିବେ ରୁଚା, ସ୍ଥିର ହେଲା ବିବାହ ତାରିଖ

ମୁମ୍ବାଇ: ଅଭିନେତ୍ରୀ ରୁଚା ଚଢା ଓ ଅଲି ଫଜଲଙ୍କ ପ୍ରଶଂସକଙ୍କ ପାଇଁ ଗୁଡ ନ୍ୟୁଜ । ମିଳିଥିବା ସୂଚନା ଅନୁଯାୟୀ, ଚଳିତ ବର୍ଷ ସେପ୍ଟେମ୍ବରରେ ଏମାନେ ବିବାହ କରିବାକୁ ଯାଉଛନ୍ତି । ବିବାହର ପ୍ରସ୍ତୁତି ଖୁବ ଜୋରରେ ଚାଲିଛି । ବିବାହ ଦିଲ୍ଲୀ ଓ ମୁମ୍ବାଇରେ ହେବ । ଏଥିରେ କେବଳ ନିକଟ ସମ୍ପର୍କିୟ ବନ୍ଧୁମାନେ ଯୋଗଦେବେ । ସଙ୍ଗିତ ଓ ମେହେନ୍ଦି ସେରିମନି ବି ଖୁବ୍ ଧୁମଧାମରେ ପାଳନ କରାଯିବ ।
ସୂଚନାଯୋଗ୍ୟ, ରୁଚା ଚଢା ଓ ଅଲି ଫଜଲ ୨୦୨୧ରେ ବିବାହ କରିବାର ଥିଲା । ହେଲେ ପାଣ୍ଡାମିକ କାରଣରୁ ବିବାହ ପୋଷ୍ଟପନ ହୋଇଯାଇଥିଲା । ଏହାପରେ ଖବର ଆସିଥିଲା କି ଏମାନେ ମାର୍ଚ୍ଚ ୨୦୨୨ରେ ବିବାହ କରିବେ । ହେଲେ ଏମିତି କିଛି ଘଟିଲା ନାହିଁ । ଏବେ ଇଣ୍ଡିଆ ଟୁଡେର ରିପୋର୍ଟ ଅନୁଯାୟୀ, ଏମାନେ ଚଳିତ ବର୍ଷ ସେପ୍ଟେମ୍ବରରେ ବିବାହ କରିବେ । ଏମାନଙ୍କ ବିବାହକୁ ନେଇ ଉଭୟ ପରିବାର ଖୁସି ଅଛନ୍ତି । ସୂଚନାଯୋଗ୍ୟ, ଏମାନେ କିଛି ବର୍ଷ ହେବ ଏକାଠି ରହିବା ସହ ଭ୍ୟାକେଶନରେ ବି ଯାଉଥିବାର ନଜର ରହିଛି । ତେବେ ୨୦୨୦ରୁ ଏମାନେ ବିବାହ କରିବାକୁ ସ୍ଥିର କରିଥିଲେ ବି କୌଣସି ନା କୌଣସି କାରଣ ଯୋଗୁ ଏହା ଘୁଞ୍ଚି ଚାଲିଥିଲା । ଶେଷର ଆସନ୍ତା ସେପ୍ଟେମ୍ବରକୁ ନେଇ ଉଭୟ ପଜିଟିଭ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?