Posted inଖେଳ

ରିଚାର୍ଡଶନ ଓହରିଲେ, ଟାଏ ସାମିଲ

ସିଡ୍‌ନୀ, ୧୯।୧୧(ପି.ଟି.)- ଭାରତ ବିପକ୍ଷ ଏକଦିବସୀୟ ଓ ଟି୨୦ କ୍ରିକେଟ ସିରିଜରୁ ଅଷ୍ଟ୍ରେଲିଆ ଦ୍ରୁତ ବୋଲର କେନ୍‌ ରିଚାର୍ଡଶନ ଓହରି ଯାଇଛନ୍ତି। ତାଙ୍କ ସ୍ଥାନରେ ଆଣ୍ଡ୍ର୍ୟୁ ଟାଏଙ୍କୁ ଘରୋଇ ଦଳରେ ସାମିଲ କରାଯାଇଛି। କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ରିଚାର୍ଡଶନ ନିଜ ପରିବାର ସହିତ ରହିବାକୁ ନିଷ୍ପତ୍ତି ନେଇଛନ୍ତି। ରିଚାର୍ଡଶନ ନିଜ ନବଜାତ ପୁତ୍ର ସନ୍ତାନ ଏବଂ ସ୍ତ୍ରୀଙ୍କ ସହ ରହିବାକୁ ପସନ୍ଦ କରିଛନ୍ତି। ଏ ସମ୍ପର୍କରେ ସେ ଜାତୀୟ ଚୟନକର୍ତ୍ତାଙ୍କୁ ଜଣାଇ ଦେଇଥିବା କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ ପ୍ରକାଶ କରାଯାଇଛି। ”କେନ୍‌ ଆଡିଲେଡ୍‌ରେ ସ୍ତ୍ରୀ ନିକି ଏବଂ ନବଜାତ ପୁତ୍ର ସହ ରହିବାକୁ ଚାହିଁଛନ୍ତି। ଆମେ ସର୍ବଦା ଆମର ଖେଳାଳି ଏବଂ ସେମାନଙ୍କ ପରିବାରକୁ ସମର୍ଥନ କରି ଆସିଛୁ। ବିଶେଷ କରି ବର୍ତ୍ତମାନ ପରିସ୍ଥିତିରେ ସେଥିପ୍ରତି ଅଧିକ ଧ୍ୟାନ ଦିଆଯାଇଛି। ଆମେ ତାଙ୍କୁ ଆଗାମୀ ସିରିଜରେ ମିସ୍‌ କରିବୁ। ମାତ୍ର ଅସୁବିଧାକୁ ଅନୁଭବ କରି ତାଙ୍କ ନିଷ୍ପତ୍ତିକୁ ପୂର୍ଣ୍ଣ ସମର୍ଥନ କରୁଛୁ“ ବୋଲି ଜାତୀୟ ଚୟନ କମିଟି ସଦସ୍ୟ ଟ୍ରେଭର ହନ୍ସ ପ୍ରକାଶ କରିଛନ୍ତି। ଚଳିତ ସପ୍ତାହରେ ଆଡିଲେଡ୍‌ରେ କରୋନା ସଂକ୍ରମଣ ପୁଣି ଆରମ୍ଭ ହୋଇଛି। ଫଳରେ କେତେକ ରାଜ୍ୟ ସେମାନଙ୍କ ସୀମାକୁ ସିଲ୍‌ କରିଦେଇଛନ୍ତି। ଫଳସ୍ବରୂପ ଟେଷ୍ଟ ଦଳର ଅଧିନାୟକ ଟିମ୍‌ ପେନ୍‌ ଓ ମାର୍ନସ ଲାବୁସ୍କାନଙ୍କ ସମେତ କେତେଜଣ ଖେଳାଳିଙ୍କୁ ଆଗୁଆ ସିଡ୍‌ନୀ ଆଣିବାକୁ କ୍ରିକେଟ ଅଷ୍ଟ୍ରେଲିଆ ବାଧ୍ୟ ହୋଇଛି। ଚଳିତ ମାସ ୨୭ରେ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ ଅନୁଷ୍ଠିତ ହେବ। ଦୁଇ ଦେଶ ମଧ୍ୟରେ ପ୍ରଥମ ଟେଷ୍ଟ ଡିସେମ୍ବର ୧୭ରୁ ଆଡିଲେଡ୍‌ ଓଭାଲରେ ଦିବାରାତ୍ର ବିଶିଷ୍ଟ ହେବ। ପରିସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି ଏବଂ ସମୟ ବ୍ୟବଧାନରେ ଏହାର ସମୀକ୍ଷା କରାଯାଉଛି ବୋଲି କ୍ରିକେଟ ଅଷ୍ଟ୍ରେଲିଆ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାହାରିନରେ ଫଶିଛନ୍ତି ଶତାଧିକ ଏଫ୍‌୧ ଷ୍ଟାଫ୍‌: ଫେରିବାକୁ ମିଳୁ ନାହିଁ ବାଟ

ମନମା,୨।୩: ଫର୍ମୁଲା-୧ ରେସିଂ ସହ ଜଡ଼ିତ ଶତାଧିକ ଷ୍ଟାଫ ବାହାରିନରେ ଫଶି ରହିଛନ୍ତି। ମିଡିଲ ଇଷ୍ଟରେ ଦେଖାଦେଇଥିବା ଯୁଦ୍ଧ ପରିସ୍ଥିତି ଯୋଗୁ ସେମାନଙ୍କୁ ସ୍ୱଦେଶ ଫେରିବାକୁ ବାଟ…

ପାକିସ୍ତାନ ଖେଳାଳିଙ୍କୁ ଆର୍ଥିକ ଦଣ୍ଡରେ ଦଣ୍ଡିତ କରିବ ପିସିବ

କରାଚୀ,୨।୩: ଚଳିତ ଟି୨୦ ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ଖେଳାଳିଙ୍କୁ ଆର୍ଥିକ ଦଣ୍ଡରେ ଦଣ୍ଡିତ କରିବାକୁ ଦେଶର କ୍ରିକେଟ ବୋର୍ଡ ଚିନ୍ତା କରୁଛି। ଏକ…

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ସାମସନ

କୋଲକାତା,୨।୩: ଭାରତୀୟ ଓପନର ସଞ୍ଜୁ ସାମସନ ଓ୍ୱେଷ୍ଟଇଣ୍ଡିଜ୍‌ ବିପକ୍ଷ ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ୫୦ ବଲରେ ଅପରାଜିତ ୯୭ ରନର ବିସ୍ଫୋରକ ଇନିଂସ ଖେଳିଥିଲେ। ଟି୨୦ ବିଶ୍ୱକପ୍‌…

ସ୍ୱଦେଶ ଫେରିପାରୁନାହିଁ ଜିମ୍ୱାଓ୍ୱେ ଦଳ

ନୂଆଦିଲ୍ଲୀ, ୧ା୩: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଜିମ୍ୱାଓ୍ୱେର ଅଭିଯାନ ଶେଷ ହୋଇଛି। ଦଳ ବର୍ତ୍ତମାନ ସ୍ୱଦେଶ ଫେରିବାକୁ ଥିବାବେଳେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁ ବର୍ତ୍ତମାନ ଦୁବାଇ…

‘ଏମିତି ଖେଳିବା ବନ୍ଦ କର..’ ଅଭିଷେକଙ୍କ ଉପରେ ବର୍ଷିଲେ ପୂର୍ବତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପରେ ଅଭିଷେକ ଶର୍ମାଙ୍କ ବ୍ୟାଟ ଭଲ ପ୍ରଦର୍ଶନ କରିନାହିଁ। ସେ ତାଙ୍କର ପ୍ରଥମ ତିନୋଟି ମ୍ୟାଚରେ ହ୍ୟାଟ୍ରିକ ପାଇଁ ଆଉଟ ହୋଇଥିଲେ। ଟିମ…

କିଙ୍ଗ୍‌ କୋହଲିଙ୍କ ମହାରେକର୍ଡ ଭାଙ୍ଗିଲେ ସଞ୍ଜୁ ସାମସନ, ଏମିତି କରି…

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ରନ ଚେଜ ସମୟରେ ସଞ୍ଜୁ ସାମସନ ୫୦ଟି ବଲରେ ୧୨ଟି ଚୌକା ଏବଂ ୪ଟି ଛକା…

ମ୍ୟାଚ୍‌ ବିଜୟୀ ଇନିଂସ ପରେ ପ୍ରଥମେ କାହାକୁ ଭିଡିଓ କଲ୍‌ କଲେ ସଞ୍ଜୁ ସାମସନ: ବଢୁଛି ଚର୍ଚ୍ଚା

କୋଲକାତା,୨।୩: ICC T20 ବିଶ୍ୱକପ 2026 ପୂର୍ବରୁ ଫର୍ମ ଖୋଜୁଥିବା ସଞ୍ଜୁ ସାମସନ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ ତାଙ୍କର ବ୍ୟାଟିଂ ଦକ୍ଷତା ପ୍ରଦର୍ଶନ…

BCCIର ବଡ଼ ଘୋଷଣା, ଭାରତ ପ୍ରଥମ ଥର ପାଇଁ ଏହି ଦଳ ସହିତ ଖେଳିବ ODI

ନୂଆଦିଲ୍ଲୀ,୨।୩: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପ୍ ସମୟରେ ଏକ ବଡ଼ ଘୋଷଣା କରିଛି । ୨୦୨୬ ଆଇପିଏଲ୍ ପରେ, ଭାରତୀୟ ଦଳ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri